9ଏହେତୁ ଏମାନେ କାର୍ଯ୍ୟ ଭାରରେ ଭାରାକ୍ରାନ୍ତ ହୋଇ ତହିଁରେ ବ୍ୟସ୍ତ ଥାʼନ୍ତୁ; ମିଥ୍ୟା କଥାରେ ଅବଧାନ ନ କରନ୍ତୁ।”
10ତହିଁ ଉତ୍ତାରେ ଲୋକମାନଙ୍କ କାର୍ଯ୍ୟଶାସକ ଓ ଅଧ୍ୟକ୍ଷଗଣ ବାହାରେ ଯାଇ ସେମାନଙ୍କୁ କହିଲେ, “ଫାରୋ ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭମାନଙ୍କୁ ଆଉ ପାଳ ଦେବୁ ନାହିଁ।
11ଯାଅ, ଯେଉଁଠାରେ ପାଳ ପାଇ ପାରିବ ସେହିଠାରୁ ଆପଣା ଆପଣା ନିମନ୍ତେ ତାହା ସଂଗ୍ରହ କର; ମାତ୍ର ତୁମ୍ଭମାନଙ୍କର କାର୍ଯ୍ୟ କିଛି ଊଣା ହେବ ନାହିଁ।’”
12ତହିଁରେ ଲୋକମାନେ ପାଳ ବଦଳେ କୁଟା ସଂଗ୍ରହ କରିବାକୁ ସମସ୍ତ ମିସର ଦେଶରେ ଛିନ୍ନଭିନ୍ନ ହୋଇଗଲେ।
13ତଥାପି କାର୍ଯ୍ୟଶାସକମାନେ ଚଞ୍ଚଳ କରାଇ କହିଲେ, “ପାଳ ପାଇବା ବେଳେ ଯେପରି ତୁମ୍ଭେମାନେ କର୍ମ କରୁଥିଲ, ସେପରି ଏବେ ମଧ୍ୟ ନିରୂପିତ ଦୈନିକ କର୍ମ ପ୍ରତିଦିନ ସମ୍ପୂର୍ଣ୍ଣ କର।”