11ଯାଅ, ଯେଉଁଠାରେ ପାଳ ପାଇ ପାରିବ ସେହିଠାରୁ ଆପଣା ଆପଣା ନିମନ୍ତେ ତାହା ସଂଗ୍ରହ କର; ମାତ୍ର ତୁମ୍ଭମାନଙ୍କର କାର୍ଯ୍ୟ କିଛି ଊଣା ହେବ ନାହିଁ।’”
12ତହିଁରେ ଲୋକମାନେ ପାଳ ବଦଳେ କୁଟା ସଂଗ୍ରହ କରିବାକୁ ସମସ୍ତ ମିସର ଦେଶରେ ଛିନ୍ନଭିନ୍ନ ହୋଇଗଲେ।
13ତଥାପି କାର୍ଯ୍ୟଶାସକମାନେ ଚଞ୍ଚଳ କରାଇ କହିଲେ, “ପାଳ ପାଇବା ବେଳେ ଯେପରି ତୁମ୍ଭେମାନେ କର୍ମ କରୁଥିଲ, ସେପରି ଏବେ ମଧ୍ୟ ନିରୂପିତ ଦୈନିକ କର୍ମ ପ୍ରତିଦିନ ସମ୍ପୂର୍ଣ୍ଣ କର।”
14ଫାରୋଙ୍କର କାର୍ଯ୍ୟଶାସକମାନେ ଇସ୍ରାଏଲ ବଂଶୀୟ ଯେଉଁ କାର୍ଯ୍ୟାଧ୍ୟକ୍ଷମାନଙ୍କୁ ରଖିଥିଲେ; ସେମାନଙ୍କୁ ପ୍ରହାର କରି କହିଲେ, “ତୁମ୍ଭେମାନେ ପୂର୍ବ ପରି ଇଟା ବନାଇବାର ନିରୂପିତ କର୍ମ କାହିଁକି ଆଜିକାଲି ସମ୍ପୂର୍ଣ୍ଣ କରୁ ନାହଁ?”
15ତହିଁରେ ଇସ୍ରାଏଲ ବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଆସି ଫାରୋଙ୍କ ନିକଟରେ କ୍ରନ୍ଦନ କରି କହିଲେ, “ଆପଣ କାହିଁକି ଆପଣା ଦାସମାନଙ୍କ ସହିତ ଏପରି ବ୍ୟବହାର କରୁଅଛନ୍ତି?