14ଫାରୋଙ୍କର କାର୍ଯ୍ୟଶାସକମାନେ ଇସ୍ରାଏଲ ବଂଶୀୟ ଯେଉଁ କାର୍ଯ୍ୟାଧ୍ୟକ୍ଷମାନଙ୍କୁ ରଖିଥିଲେ; ସେମାନଙ୍କୁ ପ୍ରହାର କରି କହିଲେ, “ତୁମ୍ଭେମାନେ ପୂର୍ବ ପରି ଇଟା ବନାଇବାର ନିରୂପିତ କର୍ମ କାହିଁକି ଆଜିକାଲି ସମ୍ପୂର୍ଣ୍ଣ କରୁ ନାହଁ?”
15ତହିଁରେ ଇସ୍ରାଏଲ ବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଆସି ଫାରୋଙ୍କ ନିକଟରେ କ୍ରନ୍ଦନ କରି କହିଲେ, “ଆପଣ କାହିଁକି ଆପଣା ଦାସମାନଙ୍କ ସହିତ ଏପରି ବ୍ୟବହାର କରୁଅଛନ୍ତି?
16ଆପଣଙ୍କ ଦାସମାନଙ୍କୁ ପାଳ ଦିଆଯାଏ ନାହିଁ, ତଥାପି ସେମାନେ କହନ୍ତି, ‘ଇଟା ବନାଅ;’ ଆଉ ଦେଖନ୍ତୁ, ଆପଣଙ୍କ ଦାସମାନେ ପ୍ରହାରିତ ହୁଅନ୍ତି, ମାତ୍ର ଦୋଷ ଆପଣଙ୍କ ନିଜ ଲୋକଙ୍କର।”
17ତହୁଁ ସେ କହିଲେ, “ତୁମ୍ଭେମାନେ ବହୁତ ଅଳସୁଆ, ଏଥିପାଇଁ କହୁଅଛ, ‘ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆମ୍ଭମାନଙ୍କୁ ଯିବାକୁ ଦିଅ।’
18ଏବେ ଯାଅ, କର୍ମ କର, ତୁମ୍ଭମାନଙ୍କୁ ପାଳ ଦିଆଯିବ ନାହିଁ, ତଥାପି ତୁମ୍ଭମାନଙ୍କୁ ଇଟାର ସମ୍ପୂର୍ଣ୍ଣ ସଂଖ୍ୟା ଦେବାକୁ ହେବ।”