17ତହୁଁ ସେ କହିଲେ, “ତୁମ୍ଭେମାନେ ବହୁତ ଅଳସୁଆ, ଏଥିପାଇଁ କହୁଅଛ, ‘ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆମ୍ଭମାନଙ୍କୁ ଯିବାକୁ ଦିଅ।’
18ଏବେ ଯାଅ, କର୍ମ କର, ତୁମ୍ଭମାନଙ୍କୁ ପାଳ ଦିଆଯିବ ନାହିଁ, ତଥାପି ତୁମ୍ଭମାନଙ୍କୁ ଇଟାର ସମ୍ପୂର୍ଣ୍ଣ ସଂଖ୍ୟା ଦେବାକୁ ହେବ।”
19“ତହିଁରେ ତୁମ୍ଭମାନଙ୍କ ଦୈନିକ ନିରୂପିତ ଇଟାରୁ କିଛି ଊଣା ହେବ ନାହିଁ;” ଏହି କଥାରେ ଇସ୍ରାଏଲ ବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଦେଖିଲେ ଯେ, ସେମାନଙ୍କ ଦଶା ଅମଙ୍ଗଳସୂଚକ।
20ଏଥିଉତ୍ତାରେ ସେମାନେ ଫାରୋଙ୍କ ନିକଟରୁ ଫେରିବା ସମୟରେ ସେମାନେ ମୋଶା ଓ ହାରୋଣଙ୍କୁ ସାକ୍ଷାତ କଲେ, ଯେପରି ସେମାନେ ସେମାନଙ୍କର ଅପେକ୍ଷାରେ ଥିଲେ;
21ଏଣୁ ସେମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୃଷ୍ଟି କରି ବିଚାର କରନ୍ତୁ; ଯେହେତୁ ତୁମ୍ଭେମାନେ ଫାରୋ ଓ ତାଙ୍କର ଦାସମାନଙ୍କ ସାକ୍ଷାତରେ ଆମ୍ଭମାନଙ୍କୁ ଘୃଣାଯୋଗ୍ୟ କରି ଆମ୍ଭମାନଙ୍କ ହତ୍ୟା ନିମିତ୍ତ ସେମାନଙ୍କ ହସ୍ତରେ ଖଡ୍ଗ ଦେଲ।”