ଯାତ୍ରା ପୁସ୍ତକ 5

ତହିଁରେ ଫାରୋ କହିଲେ, “ସଦାପ୍ରଭୁ କିଏ, ଯେ ଆମ୍ଭେ ତାହାର କଥା ମାନି ଇସ୍ରାଏଲକୁ ଯିବାକୁ ଦେବୁ? ଆମ୍ଭେ ସଦାପ୍ରଭୁଙ୍କୁ ଚିହ୍ନି ନାହୁଁ ଓ ଇସ୍ରାଏଲକୁ ଯିବାକୁ ଦେବୁ ନାହିଁ।”

Exodus 5:2 (UKJV) And Pharaoh said, Who is the LORD, that I should obey his voice to let Israel go? I know not the LORD, neither will I let Israel go.

1ଏଥିଉତ୍ତାରେ ମୋଶା ଓ ହାରୋଣ ପ୍ରବେଶ କରି ଫାରୋଙ୍କୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର କହନ୍ତି, ‘ପ୍ରାନ୍ତରରେ ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।’”

2ତହିଁରେ ଫାରୋ କହିଲେ, “ସଦାପ୍ରଭୁ କିଏ, ଯେ ଆମ୍ଭେ ତାହାର କଥା ମାନି ଇସ୍ରାଏଲକୁ ଯିବାକୁ ଦେବୁ? ଆମ୍ଭେ ସଦାପ୍ରଭୁଙ୍କୁ ଚିହ୍ନି ନାହୁଁ ଓ ଇସ୍ରାଏଲକୁ ଯିବାକୁ ଦେବୁ ନାହିଁ।”

3ସେମାନେ କହିଲେ, “ଏବ୍ରୀୟମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଦର୍ଶନ ଦେଇଅଛନ୍ତି; ଏଣୁ ଆମ୍ଭେମାନେ ବିନୟ କରୁଅଛୁ, ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଆମ୍ଭମାନଙ୍କୁ ପ୍ରାନ୍ତରରେ ତିନି ଦିନର ପଥ ଯିବାକୁ ଦେଉନ୍ତୁ; ନୋହିଲେ ସେ ଆମ୍ଭମାନଙ୍କୁ ମହାମାରୀରେ କିମ୍ବା ଖଡ୍ଗ ଦ୍ୱାରା ଆକ୍ରମଣ କରିବେ।”

4ତହୁଁ ମିସରର ରାଜା ସେମାନଙ୍କୁ କହିଲେ, “ହେ ମୋଶା ଓ ହାରୋଣ, ତୁମ୍ଭେମାନେ ଲୋକମାନଙ୍କୁ କାହିଁକି କାର୍ଯ୍ୟରୁ ନିବୃତ୍ତ କରୁଅଛ? ତୁମ୍ଭେମାନେ ଆପଣା ଆପଣା ଭାର ବହନ କର୍ମରେ ଯାଅ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.