20ଏଥିଉତ୍ତାରେ ସେମାନେ ଫାରୋଙ୍କ ନିକଟରୁ ଫେରିବା ସମୟରେ ସେମାନେ ମୋଶା ଓ ହାରୋଣଙ୍କୁ ସାକ୍ଷାତ କଲେ, ଯେପରି ସେମାନେ ସେମାନଙ୍କର ଅପେକ୍ଷାରେ ଥିଲେ;
21ଏଣୁ ସେମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୃଷ୍ଟି କରି ବିଚାର କରନ୍ତୁ; ଯେହେତୁ ତୁମ୍ଭେମାନେ ଫାରୋ ଓ ତାଙ୍କର ଦାସମାନଙ୍କ ସାକ୍ଷାତରେ ଆମ୍ଭମାନଙ୍କୁ ଘୃଣାଯୋଗ୍ୟ କରି ଆମ୍ଭମାନଙ୍କ ହତ୍ୟା ନିମିତ୍ତ ସେମାନଙ୍କ ହସ୍ତରେ ଖଡ୍ଗ ଦେଲ।”
22ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରିଯାଇ କହିଲେ, “ହେ ପ୍ରଭୋ, ତୁମ୍ଭେ କାହିଁକି ଏହି ଲୋକମାନଙ୍କର ଅମଙ୍ଗଳ କରିଅଛ? ତୁମ୍ଭେ କାହିଁକି ମୋତେ ପଠାଇଲ?
23କାରଣ ଯେଉଁ ଦିନାବଧି ମୁଁ ତୁମ୍ଭ ନାମରେ କଥା କହିବା ପାଇଁ ଫାରୋଙ୍କ ନିକଟକୁ ଆସିଲି, ସେହି ଦିନାବଧି ସେ ଏହି ଲୋକମାନଙ୍କର ଅମଙ୍ଗଳ କରିଅଛନ୍ତି, ପୁଣି, ତୁମ୍ଭେ ଆପଣା ଲୋକମାନଙ୍କର କିଛିମାତ୍ର ଉଦ୍ଧାର କରି ନାହଁ।”