4ତହୁଁ ମିସରର ରାଜା ସେମାନଙ୍କୁ କହିଲେ, “ହେ ମୋଶା ଓ ହାରୋଣ, ତୁମ୍ଭେମାନେ ଲୋକମାନଙ୍କୁ କାହିଁକି କାର୍ଯ୍ୟରୁ ନିବୃତ୍ତ କରୁଅଛ? ତୁମ୍ଭେମାନେ ଆପଣା ଆପଣା ଭାର ବହନ କର୍ମରେ ଯାଅ।”
5ଫାରୋ ଆହୁରି କହିଲେ, “ଦେଖ, ଏବେ ଏ ଦେଶରେ ଏହି ଲୋକ ଅନେକ, ପୁଣି, ତୁମ୍ଭେମାନେ ସେମାନଙ୍କୁ ଭାର ବହିବାରୁ ନିବୃତ୍ତ କରୁଅଛ।”
6ଆଉ ଫାରୋ ସେହି ଦିନ ଲୋକମାନଙ୍କ କାର୍ଯ୍ୟଶାସକ ଓ ଅଧ୍ୟକ୍ଷମାନଙ୍କୁ ଏହି ଆଜ୍ଞା ଦେଲେ,
7“ତୁମ୍ଭେମାନେ ଇଟା ନିର୍ମାଣ ନିମିତ୍ତ ପୂର୍ବ ପରି ଏହି ଲୋକମାନଙ୍କୁ ଆଉ ପାଳ ଦିଅ ନାହିଁ; ସେମାନେ ଯାଇ ଆପଣା ନିମନ୍ତେ ପାଳ ସଂଗ୍ରହ କରନ୍ତୁ।
8ପୁଣି, ପୂର୍ବରେ ସେମାନଙ୍କ ଉପରେ ଯେତେ ଇଟା ନିର୍ମାଣର ଭାର ଥିଲା, ଏବେ ସେହି ଭାର ଦିଅ; ତହିଁରୁ କିଛିମାତ୍ର ଊଣା କର ନାହିଁ; ଯେହେତୁ ସେମାନେ ଅଳସୁଆ ଅଟନ୍ତି; ‘ଏଣୁ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଯିବାକୁ ଦିଅ ବୋଲି ଡାକ ପକାଉଅଛନ୍ତି;’