ଯାତ୍ରା ପୁସ୍ତକ 6

ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

Exodus 6:10 (UKJV) And the LORD spoke unto Moses, saying,

8ଆମ୍ଭେ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ନିମନ୍ତେ ଆପଣା ହସ୍ତ ଉଠାଇଅଛୁ, ସେହି ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ଘେନିଯିବା; ପୁଣି, ଆମ୍ଭେ ଅଧିକାରାର୍ଥେ ତାହା ତୁମ୍ଭମାନଙ୍କୁ ଦେବା; ଆମ୍ଭେ ସଦାପ୍ରଭୁ ଅଟୁ।’”

9ଏଥିଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣକୁ ତଦନୁସାରେ କହିଲେ, ମାତ୍ର ସେମାନେ ମନୋଦୁଃଖ ଓ କଠିନ ଦାସତ୍ୱ ସକାଶୁ ମୋଶାଙ୍କର ବାକ୍ୟରେ ମନୋଯୋଗ କଲେ ନାହିଁ।

10ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

11“ତୁମ୍ଭେ ଯାଇ ମିସରର ରାଜା ଫାରୋକୁ କୁହ, ତୁମ୍ଭ ଦେଶରୁ ଇସ୍ରାଏଲ-ସନ୍ତାନଗଣକୁ ଯିବାକୁ ଦିଅ।”

12ତହିଁରେ ମୋଶା ସଦାପ୍ରଭୁଙ୍କ ଛାମୁରେ କହିଲେ, “ଦେଖନ୍ତୁ, ଇସ୍ରାଏଲ-ସନ୍ତାନଗଣ ମୋʼ କଥାରେ ମନୋଯୋଗ କରି ନାହାନ୍ତି; ତେବେ ଉତ୍ତମ ବକ୍ତା ଯେ ମୁଁ ନୁହେଁ, ମୋʼ କଥା ଫାରୋ କିପରି ଶୁଣିବେ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.