10ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
11“ତୁମ୍ଭେ ଯାଇ ମିସରର ରାଜା ଫାରୋକୁ କୁହ, ତୁମ୍ଭ ଦେଶରୁ ଇସ୍ରାଏଲ-ସନ୍ତାନଗଣକୁ ଯିବାକୁ ଦିଅ।”
12ତହିଁରେ ମୋଶା ସଦାପ୍ରଭୁଙ୍କ ଛାମୁରେ କହିଲେ, “ଦେଖନ୍ତୁ, ଇସ୍ରାଏଲ-ସନ୍ତାନଗଣ ମୋʼ କଥାରେ ମନୋଯୋଗ କରି ନାହାନ୍ତି; ତେବେ ଉତ୍ତମ ବକ୍ତା ଯେ ମୁଁ ନୁହେଁ, ମୋʼ କଥା ଫାରୋ କିପରି ଶୁଣିବେ?”
13ଏହିରୂପେ ସଦାପ୍ରଭୁ ମୋଶା ଓ ହାରୋଣଙ୍କ ସହିତ ଆଳାପ କଲେ, ପୁଣି, ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିବା ନିମନ୍ତେ ମିସର ରାଜା ଫାରୋଙ୍କ ନିକଟରେ ଓ ଇସ୍ରାଏଲ-ସନ୍ତାନଗଣ ନିକଟରେ ବକ୍ତବ୍ୟ କଥା ସେମାନଙ୍କୁ ଆଜ୍ଞା କଲେ।
14ଏହି ସମସ୍ତ ଲୋକ ଆପଣା ଆପଣା ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ। ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍ର ସନ୍ତାନ ହନୋକ, ପଲ୍ଲୁ, ହିଷ୍ରୋଣ ଓ କର୍ମି; ଏମାନେ ରୁବେନ୍ର ବଂଶ।