ଯାତ୍ରା ପୁସ୍ତକ 6

ଏହି ସମସ୍ତ ଲୋକ ଆପଣା ଆପଣା ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ। ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍‍ର ସନ୍ତାନ ହନୋକ, ପଲ୍ଲୁ, ହିଷ୍ରୋଣ ଓ କର୍ମି; ଏମାନେ ରୁବେନ୍‍ର ବଂଶ।

Exodus 6:14 (UKJV) These be the heads of their fathers' houses: The sons of Reuben the firstborn of Israel; Hanoch, and Pallu, Hezron, and Carmi: these be the families of Reuben.

12ତହିଁରେ ମୋଶା ସଦାପ୍ରଭୁଙ୍କ ଛାମୁରେ କହିଲେ, “ଦେଖନ୍ତୁ, ଇସ୍ରାଏଲ-ସନ୍ତାନଗଣ ମୋʼ କଥାରେ ମନୋଯୋଗ କରି ନାହାନ୍ତି; ତେବେ ଉତ୍ତମ ବକ୍ତା ଯେ ମୁଁ ନୁହେଁ, ମୋʼ କଥା ଫାରୋ କିପରି ଶୁଣିବେ?”

13ଏହିରୂପେ ସଦାପ୍ରଭୁ ମୋଶା ଓ ହାରୋଣଙ୍କ ସହିତ ଆଳାପ କଲେ, ପୁଣି, ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିବା ନିମନ୍ତେ ମିସର ରାଜା ଫାରୋଙ୍କ ନିକଟରେ ଓ ଇସ୍ରାଏଲ-ସନ୍ତାନଗଣ ନିକଟରେ ବକ୍ତବ୍ୟ କଥା ସେମାନଙ୍କୁ ଆଜ୍ଞା କଲେ।

14ଏହି ସମସ୍ତ ଲୋକ ଆପଣା ଆପଣା ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ। ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍‍ର ସନ୍ତାନ ହନୋକ, ପଲ୍ଲୁ, ହିଷ୍ରୋଣ ଓ କର୍ମି; ଏମାନେ ରୁବେନ୍‍ର ବଂଶ।

15ପୁଣି, ଶିମୀୟୋନର ପୁତ୍ର ଯିମୂୟେଲ, ଯାମୀନ୍‍, ଓହଦ୍‍, ଯାଖୀନ୍‍, ସୋହର ଓ କିଣାନୀୟା ସ୍ତ୍ରୀର ପୁତ୍ର ଶୌଲ; ଏମାନେ ଶିମୀୟୋନର ବଂଶ ଅଟନ୍ତି।

16ବଂଶାବଳୀ ଅନୁସାରେ ଲେବୀର ପୁତ୍ରମାନଙ୍କ ନାମ ଗେର୍ଶୋନ‍, କହାତ ଓ ମରାରି; ଲେବୀର ବୟସ ଶହେ ସଇଁତିରିଶ ବର୍ଷ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.