13ଏହିରୂପେ ସଦାପ୍ରଭୁ ମୋଶା ଓ ହାରୋଣଙ୍କ ସହିତ ଆଳାପ କଲେ, ପୁଣି, ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିବା ନିମନ୍ତେ ମିସର ରାଜା ଫାରୋଙ୍କ ନିକଟରେ ଓ ଇସ୍ରାଏଲ-ସନ୍ତାନଗଣ ନିକଟରେ ବକ୍ତବ୍ୟ କଥା ସେମାନଙ୍କୁ ଆଜ୍ଞା କଲେ।
14ଏହି ସମସ୍ତ ଲୋକ ଆପଣା ଆପଣା ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ। ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍ର ସନ୍ତାନ ହନୋକ, ପଲ୍ଲୁ, ହିଷ୍ରୋଣ ଓ କର୍ମି; ଏମାନେ ରୁବେନ୍ର ବଂଶ।
15ପୁଣି, ଶିମୀୟୋନର ପୁତ୍ର ଯିମୂୟେଲ, ଯାମୀନ୍, ଓହଦ୍, ଯାଖୀନ୍, ସୋହର ଓ କିଣାନୀୟା ସ୍ତ୍ରୀର ପୁତ୍ର ଶୌଲ; ଏମାନେ ଶିମୀୟୋନର ବଂଶ ଅଟନ୍ତି।
16ବଂଶାବଳୀ ଅନୁସାରେ ଲେବୀର ପୁତ୍ରମାନଙ୍କ ନାମ ଗେର୍ଶୋନ, କହାତ ଓ ମରାରି; ଲେବୀର ବୟସ ଶହେ ସଇଁତିରିଶ ବର୍ଷ ଥିଲା।
17ପୁଣି, ଆପଣା ଆପଣା ବଂଶାନୁସାରେ ଗେର୍ଶୋନର ସନ୍ତାନ ଲିବ୍ନି ଓ ଶିମୀୟି।