15ପୁଣି, ଶିମୀୟୋନର ପୁତ୍ର ଯିମୂୟେଲ, ଯାମୀନ୍, ଓହଦ୍, ଯାଖୀନ୍, ସୋହର ଓ କିଣାନୀୟା ସ୍ତ୍ରୀର ପୁତ୍ର ଶୌଲ; ଏମାନେ ଶିମୀୟୋନର ବଂଶ ଅଟନ୍ତି।
16ବଂଶାବଳୀ ଅନୁସାରେ ଲେବୀର ପୁତ୍ରମାନଙ୍କ ନାମ ଗେର୍ଶୋନ, କହାତ ଓ ମରାରି; ଲେବୀର ବୟସ ଶହେ ସଇଁତିରିଶ ବର୍ଷ ଥିଲା।
17ପୁଣି, ଆପଣା ଆପଣା ବଂଶାନୁସାରେ ଗେର୍ଶୋନର ସନ୍ତାନ ଲିବ୍ନି ଓ ଶିମୀୟି।
18ପୁଣି, କହାତର ସନ୍ତାନ ଅମ୍ରାମ୍, ଯିଷ୍ହର, ହିବ୍ରୋଣ ଓ ଉଷୀୟେଲ; ସେହି କହାତର ଶହେ ତେତିଶ ବର୍ଷ ବୟସ ହୋଇଥିଲା।
19ମରାରିର ସନ୍ତାନ ମହଲି ଓ ମୂଶି; ଏମାନେ ବଂଶାବଳୀ ଅନୁସାରେ ଲେବୀର ବଂଶ ଅଟନ୍ତି।