ଯାତ୍ରା ପୁସ୍ତକ 6

ମରାରିର ସନ୍ତାନ ମହଲି ଓ ମୂଶି; ଏମାନେ ବଂଶାବଳୀ ଅନୁସାରେ ଲେବୀର ବଂଶ ଅଟନ୍ତି।

Exodus 6:19 (UKJV) And the sons of Merari; Mahali and Mushi: these are the families of Levi according to their generations.

17ପୁଣି, ଆପଣା ଆପଣା ବଂଶାନୁସାରେ ଗେର୍ଶୋନର ସନ୍ତାନ ଲିବ୍‍ନି ଓ ଶିମୀୟି।

18ପୁଣି, କହାତର ସନ୍ତାନ ଅମ୍ରାମ୍‍, ଯିଷ୍‍ହର, ହିବ୍ରୋଣ ଓ ଉଷୀୟେଲ; ସେହି କହାତର ଶହେ ତେତିଶ ବର୍ଷ ବୟସ ହୋଇଥିଲା।

19ମରାରିର ସନ୍ତାନ ମହଲି ଓ ମୂଶି; ଏମାନେ ବଂଶାବଳୀ ଅନୁସାରେ ଲେବୀର ବଂଶ ଅଟନ୍ତି।

20ପୁଣି, ଅମ୍ରାମ୍‍ ଆପଣା ପିଉସୀ ଯୋକେବଦକୁ ବିବାହ କରନ୍ତେ, ସେ ତାହାର ଔରସରେ ହାରୋଣଙ୍କୁ ଓ ମୋଶାଙ୍କୁ ପ୍ରସବ କଲା; ସେହି ଅମ୍ରାମ୍‍ର ଆୟୁ ଶହେ ସଇଁତିରିଶ ବର୍ଷ ଥିଲା।

21ଯିଷ୍‍ହରର ସନ୍ତାନ କୋରହ, ନେଫଗ୍‍ ଓ ସିଖ୍ରି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.