22ପୁଣି, ଉଷୀୟେଲର ସନ୍ତାନ ମୀଶାୟେଲ ଓ ଇଲୀଷାଫନ୍ ଓ ସିଥ୍ରି।
23ପୁଣି, ହାରୋଣ ଅମ୍ମୀନାଦବର କନ୍ୟା ନହଶୋନର ଭଗିନୀ ଇଲୀଶେବାକୁ ବିବାହ କଲେ; ତହିଁରେ ସେ ତାଙ୍କର ଔରସରେ ନାଦବ୍, ଅବୀହୂ, ଇଲୀୟାସର ଓ ଈଥାମରକୁ ପ୍ରସବ କଲା।
24ପୁଣି, କୋରହର ସନ୍ତାନ ଅସୀର ଓ ଇଲ୍କାନା ଓ ଅବୀୟାସଫ; ଏମାନେ କୋରହର ବଂଶ ଅଟନ୍ତି।
25ପୁଣି, ହାରୋଣଙ୍କର ପୁତ୍ର ଇଲୀୟାସର ଫୂଟୀୟେଲର ଏକ କନ୍ୟାକୁ ବିବାହ କରନ୍ତେ, ସେ ତାଙ୍କର ଔରସରେ ପୀନହସ୍କୁ ପ୍ରସବ କଲା, ଏମାନେ ଲେବୀୟମାନଙ୍କ ବଂଶଭେଦାନୁସାରେ ସେମାନଙ୍କ ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ।
26ଏହି ଯେ ହାରୋଣ ଓ ମୋଶା, ଏମାନଙ୍କୁ ସଦାପ୍ରଭୁ କହିଲେ, “ତୁମ୍ଭେମାନେ ସୈନ୍ୟଶ୍ରେଣୀବଦ୍ଧ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣ।”