ଯାତ୍ରା ପୁସ୍ତକ 6

ଏମାନେ ମିସରରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା ପାଇଁ ମିସରର ରାଜା ଫାରୋଙ୍କ ସହିତ କଥାବାର୍ତ୍ତା କରିଥିଲେ। ଏମାନେ ସେହି ମୋଶା ଓ ହାରୋଣ।

Exodus 6:27 (UKJV) These are they which spoke to Pharaoh king of Egypt, to bring out the children of Israel from Egypt: these are that Moses and Aaron.

25ପୁଣି, ହାରୋଣଙ୍କର ପୁତ୍ର ଇଲୀୟାସର ଫୂଟୀୟେଲର ଏକ କନ୍ୟାକୁ ବିବାହ କରନ୍ତେ, ସେ ତାଙ୍କର ଔରସରେ ପୀନହସ୍‍କୁ ପ୍ରସବ କଲା, ଏମାନେ ଲେବୀୟମାନଙ୍କ ବଂଶଭେଦାନୁସାରେ ସେମାନଙ୍କ ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ।

26ଏହି ଯେ ହାରୋଣ ଓ ମୋଶା, ଏମାନଙ୍କୁ ସଦାପ୍ରଭୁ କହିଲେ, “ତୁମ୍ଭେମାନେ ସୈନ୍ୟଶ୍ରେଣୀବଦ୍ଧ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣ।”

27ଏମାନେ ମିସରରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା ପାଇଁ ମିସରର ରାଜା ଫାରୋଙ୍କ ସହିତ କଥାବାର୍ତ୍ତା କରିଥିଲେ। ଏମାନେ ସେହି ମୋଶା ଓ ହାରୋଣ।

28ଯେଉଁ ଦିନ ସଦାପ୍ରଭୁ ମିସର ଦେଶରେ ମୋଶାଙ୍କ ସହିତ ଆଳାପ କଲେ,

29ସେହି ଦିନ ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ, “ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭକୁ ଯାହା ଯାହା କହୁ; ତାହାସବୁ ମିସରୀୟ ରାଜା ଫାରୋକୁ କୁହ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.