ଯାତ୍ରା ପୁସ୍ତକ 6

ଆମ୍ଭେ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କୁ ସର୍ବଶକ୍ତିମାନ ପରମେଶ୍ୱର ବୋଲି ଦର୍ଶନ ଦେଇଥିଲୁ, ମାତ୍ର ଆମ୍ଭେ ଆପଣା ଯିହୋବାଃ ନାମରେ ସେମାନଙ୍କୁ ପରିଚୟ ଦେଇ ନ ଥିଲୁ।

Exodus 6:3 (UKJV) And I appeared unto Abraham, unto Isaac, and unto Jacob, by the name of God Almighty, but by my name JEHOVAH was I not known to them.

1ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଫାରୋ ପ୍ରତି ଯାହା କରିବା, ତାହା ତୁମ୍ଭେ ଏବେ ଦେଖିବ; କାରଣ ବାହୁ ବଳ ପ୍ରକାଶିତ ହେଲେ, ସେ ଲୋକମାନଙ୍କୁ ଯିବାକୁ ଦେବ ଓ ବାହୁ ବଳ ପ୍ରକାଶିତ ହେଲେ, ଆପଣା ଦେଶରୁ ସେମାନଙ୍କୁ ତଡ଼ି ଦେବ।”

2ପରମେଶ୍ୱର ମୋଶାଙ୍କ ସହିତ ଆଳାପ କରି ଆହୁରି କହିଲେ, “ଆମ୍ଭେ ଯିହୋବାଃ (ସଦାପ୍ରଭୁ);

3ଆମ୍ଭେ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କୁ ସର୍ବଶକ୍ତିମାନ ପରମେଶ୍ୱର ବୋଲି ଦର୍ଶନ ଦେଇଥିଲୁ, ମାତ୍ର ଆମ୍ଭେ ଆପଣା ଯିହୋବାଃ ନାମରେ ସେମାନଙ୍କୁ ପରିଚୟ ଦେଇ ନ ଥିଲୁ।

4ପୁଣି, କିଣାନ ଦେଶ, ଅର୍ଥାତ୍‍, ଯହିଁରେ ସେମାନେ ପ୍ରବାସ କଲେ, ସେହି ପ୍ରବାସ-ଦେଶ ମଧ୍ୟ ସେମାନଙ୍କୁ ଦେବା ବୋଲି ସେମାନଙ୍କ ସହିତ ନିୟମ ସ୍ଥିର କରିଥିଲୁ।

5ଏବେ ମିସରୀୟମାନେ ଯେଉଁମାନଙ୍କୁ ଦାସତ୍ୱରେ ରଖିଅଛନ୍ତି, ସେହି ଇସ୍ରାଏଲ-ସନ୍ତାନଗଣର ଆର୍ତ୍ତନାଦ ଶୁଣି ଆମ୍ଭେ ଆପଣାର ସେହି ନିୟମ ସ୍ମରଣ କରିଅଛୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.