2ପରମେଶ୍ୱର ମୋଶାଙ୍କ ସହିତ ଆଳାପ କରି ଆହୁରି କହିଲେ, “ଆମ୍ଭେ ଯିହୋବାଃ (ସଦାପ୍ରଭୁ);
3ଆମ୍ଭେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କୁ ସର୍ବଶକ୍ତିମାନ ପରମେଶ୍ୱର ବୋଲି ଦର୍ଶନ ଦେଇଥିଲୁ, ମାତ୍ର ଆମ୍ଭେ ଆପଣା ଯିହୋବାଃ ନାମରେ ସେମାନଙ୍କୁ ପରିଚୟ ଦେଇ ନ ଥିଲୁ।
4ପୁଣି, କିଣାନ ଦେଶ, ଅର୍ଥାତ୍, ଯହିଁରେ ସେମାନେ ପ୍ରବାସ କଲେ, ସେହି ପ୍ରବାସ-ଦେଶ ମଧ୍ୟ ସେମାନଙ୍କୁ ଦେବା ବୋଲି ସେମାନଙ୍କ ସହିତ ନିୟମ ସ୍ଥିର କରିଥିଲୁ।
5ଏବେ ମିସରୀୟମାନେ ଯେଉଁମାନଙ୍କୁ ଦାସତ୍ୱରେ ରଖିଅଛନ୍ତି, ସେହି ଇସ୍ରାଏଲ-ସନ୍ତାନଗଣର ଆର୍ତ୍ତନାଦ ଶୁଣି ଆମ୍ଭେ ଆପଣାର ସେହି ନିୟମ ସ୍ମରଣ କରିଅଛୁ।
6ଏନିମନ୍ତେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ମିସରୀୟମାନଙ୍କ ଭାରବହନରୁ ନିସ୍ତାର କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦାସତ୍ୱରୁ ମୁକ୍ତ କରିବା, ପୁଣି, ଆମ୍ଭେ ବିସ୍ତୀର୍ଣ୍ଣ ବାହୁ ଓ ମହା ମହା ଦଣ୍ଡ ଦ୍ୱାରା ତୁମ୍ଭମାନଙ୍କୁ ଉଦ୍ଧାର କରିବା।