7ଆମ୍ଭେ ତୁମ୍ଭମାନଙ୍କୁ ଆପଣା ଲୋକ ରୂପେ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ତହିଁରେ ମିସରୀୟମାନଙ୍କ ଭାରବହନରୁ ତୁମ୍ଭମାନଙ୍କର ନିସ୍ତାରକାରୀ ଆମ୍ଭେ ଯେ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ ଅଟୁ, ତାହା ତୁମ୍ଭେମାନେ ଜାଣିବ।
8ଆମ୍ଭେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ନିମନ୍ତେ ଆପଣା ହସ୍ତ ଉଠାଇଅଛୁ, ସେହି ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ଘେନିଯିବା; ପୁଣି, ଆମ୍ଭେ ଅଧିକାରାର୍ଥେ ତାହା ତୁମ୍ଭମାନଙ୍କୁ ଦେବା; ଆମ୍ଭେ ସଦାପ୍ରଭୁ ଅଟୁ।’”
9ଏଥିଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣକୁ ତଦନୁସାରେ କହିଲେ, ମାତ୍ର ସେମାନେ ମନୋଦୁଃଖ ଓ କଠିନ ଦାସତ୍ୱ ସକାଶୁ ମୋଶାଙ୍କର ବାକ୍ୟରେ ମନୋଯୋଗ କଲେ ନାହିଁ।
10ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
11“ତୁମ୍ଭେ ଯାଇ ମିସରର ରାଜା ଫାରୋକୁ କୁହ, ତୁମ୍ଭ ଦେଶରୁ ଇସ୍ରାଏଲ-ସନ୍ତାନଗଣକୁ ଯିବାକୁ ଦିଅ।”