12ଅର୍ଥାତ୍, ସେମାନେ ପ୍ରତ୍ୟେକେ ଆପଣା ଆପଣା ଯଷ୍ଟି ପକାନ୍ତେ, ସେଗୁଡ଼ିକ ସର୍ପ ହେଲା; ମାତ୍ର ହାରୋଣଙ୍କ ଯଷ୍ଟି ସେମାନଙ୍କର ସମସ୍ତ ଯଷ୍ଟିକୁ ଗ୍ରାସ କଲା।
13ତହିଁରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା ଓ ସେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।
14ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଫାରୋର ହୃଦୟ କଠିନ ହୋଇଅଛି, ସେ ଲୋକମାନଙ୍କୁ ଯିବାକୁ ଦେବା ପାଇଁ ମନା କରୁଅଛି।
15ଏହେତୁ ତୁମ୍ଭେ ପ୍ରଭାତରେ ଫାରୋ ନିକଟକୁ ଯାଅ; ଦେଖ, ସେ ଜଳ ଆଡ଼େ ଗଲେ, ତୁମ୍ଭେ ତାହା ସହିତ ସାକ୍ଷାତ କରିବାକୁ ନୀଳ ନଦୀ ତୀରରେ ଠିଆ ହୁଅ; ଯେଉଁ ଯଷ୍ଟି ସର୍ପ ହୋଇଥିଲା, ତାହା ମଧ୍ୟ ହସ୍ତରେ ନିଅ।
16ପୁଣି, ଫାରୋକୁ କୁହ, ‘ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର ମୋତେ ତୁମ୍ଭ ନିକଟକୁ ପଠାଇ କହିଲେ, ତୁମ୍ଭେ ଆମ୍ଭ ଲୋକମାନଙ୍କୁ ପ୍ରାନ୍ତରରେ ସେବା କରିବାକୁ ଛାଡ଼ିଦିଅ; ମାତ୍ର ଦେଖ, ତୁମ୍ଭେ ଏପର୍ଯ୍ୟନ୍ତ ଏହି କଥାରେ ମନୋଯୋଗ କରି ନାହଁ।