14ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଫାରୋର ହୃଦୟ କଠିନ ହୋଇଅଛି, ସେ ଲୋକମାନଙ୍କୁ ଯିବାକୁ ଦେବା ପାଇଁ ମନା କରୁଅଛି।
15ଏହେତୁ ତୁମ୍ଭେ ପ୍ରଭାତରେ ଫାରୋ ନିକଟକୁ ଯାଅ; ଦେଖ, ସେ ଜଳ ଆଡ଼େ ଗଲେ, ତୁମ୍ଭେ ତାହା ସହିତ ସାକ୍ଷାତ କରିବାକୁ ନୀଳ ନଦୀ ତୀରରେ ଠିଆ ହୁଅ; ଯେଉଁ ଯଷ୍ଟି ସର୍ପ ହୋଇଥିଲା, ତାହା ମଧ୍ୟ ହସ୍ତରେ ନିଅ।
16ପୁଣି, ଫାରୋକୁ କୁହ, ‘ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର ମୋତେ ତୁମ୍ଭ ନିକଟକୁ ପଠାଇ କହିଲେ, ତୁମ୍ଭେ ଆମ୍ଭ ଲୋକମାନଙ୍କୁ ପ୍ରାନ୍ତରରେ ସେବା କରିବାକୁ ଛାଡ଼ିଦିଅ; ମାତ୍ର ଦେଖ, ତୁମ୍ଭେ ଏପର୍ଯ୍ୟନ୍ତ ଏହି କଥାରେ ମନୋଯୋଗ କରି ନାହଁ।
17ସଦାପ୍ରଭୁ ଏହି ପ୍ରକାରେ କହୁଅଛନ୍ତି, ଆମ୍ଭେ ଯେ ସଦାପ୍ରଭୁ, ତାହା ତୁମ୍ଭେ ଏତଦ୍ଦ୍ୱାରା ଜ୍ଞାତ ହେବ; ଦେଖ, ଆମ୍ଭେ ଆପଣା ହସ୍ତସ୍ଥିତ ଏହି ଯଷ୍ଟି ଦ୍ୱାରା ନଦୀର ଜଳ ଉପରେ ପ୍ରହାର କରିବା, ତହିଁରେ ତାହା ରକ୍ତ ହୋଇଯିବ।
18ପୁଣି, ନଦୀରେ ଥିବା ମତ୍ସ୍ୟସକଳ ମରିଯିବେ ଓ ନଦୀ ଦୁର୍ଗନ୍ଧ ହେବ; ତହିଁରେ ମିସରୀୟ ଲୋକମାନେ ନଦୀର ଜଳ ପାନ କରିବାକୁ ଘୃଣା କରିବେ।’”