19ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ ଏହି କଥା କୁହ, ‘ତୁମ୍ଭେ ଆପଣା ଯଷ୍ଟି ଘେନି ମିସର ଦେଶୀୟ ଜଳ ଉପରେ, ଅର୍ଥାତ୍, ତହିଁର ନଦୀ, ନାଳ, ପୁଷ୍କରିଣୀ ଓ ଜଳାଶୟ, ଏସମସ୍ତ ଉପରେ ଆପଣା ହସ୍ତ ବିସ୍ତାର କର, ତହିଁରେ ସମସ୍ତ ଜଳ ରକ୍ତ ହେବ; ପୁଣି, ମିସର ଦେଶର ସର୍ବତ୍ର କାଷ୍ଠ ପାତ୍ର ଓ ପ୍ରସ୍ତର ପାତ୍ରରେ ହେଁ ରକ୍ତ ହେବ।’”
20ତହୁଁ ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେହି ପ୍ରକାର କଲେ; ସେ ଯଷ୍ଟି ଘେନି ଫାରୋ ଓ ତାଙ୍କର ଦାସମାନଙ୍କ ସମ୍ମୁଖରେ ନଦୀର ଜଳ ଉପରେ ପ୍ରହାର କଲେ; ତହିଁରେ ସମୁଦାୟ ନଦୀର ଜଳ ରକ୍ତ ହୋଇଗଲା।
21ପୁଣି, ନଦୀର ସମସ୍ତ ମତ୍ସ୍ୟ ମଲେ ଓ ନଦୀ ଦୁର୍ଗନ୍ଧ ହେଲା, ତହିଁରେ ମିସରୀୟମାନେ ନଦୀର ଜଳ ପାନ କରି ପାରିଲେ ନାହିଁ; ମିସର ଦେଶର ସର୍ବତ୍ର ରକ୍ତ ହେଲା।
22ସେତେବେଳେ ମିସରୀୟ ମନ୍ତ୍ରଜ୍ଞମାନେ ହେଁ ଆପଣାମାନଙ୍କ ମାୟାରେ ସେହିପରି କଲେ; ତହିଁରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା ଓ ସେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।
23ଏଥିଉତ୍ତାରେ ଫାରୋ ମୁଖ ଫେରାଇ ଆପଣା ଗୃହକୁ ଗଲେ, ଏଥିରେ ଆପଣା ମନ ଦେଲେ ନାହିଁ।