ଯାତ୍ରା ପୁସ୍ତକ 7

ଏଥିଉତ୍ତାରେ ଫାରୋ ମୁଖ ଫେରାଇ ଆପଣା ଗୃହକୁ ଗଲେ, ଏଥିରେ ଆପଣା ମନ ଦେଲେ ନାହିଁ।

Exodus 7:23 (UKJV) And Pharaoh turned and went into his house, neither did he set his heart to this also.

21ପୁଣି, ନଦୀର ସମସ୍ତ ମତ୍ସ୍ୟ ମଲେ ଓ ନଦୀ ଦୁର୍ଗନ୍ଧ ହେଲା, ତହିଁରେ ମିସରୀୟମାନେ ନଦୀର ଜଳ ପାନ କରି ପାରିଲେ ନାହିଁ; ମିସର ଦେଶର ସର୍ବତ୍ର ରକ୍ତ ହେଲା।

22ସେତେବେଳେ ମିସରୀୟ ମନ୍ତ୍ରଜ୍ଞମାନେ ହେଁ ଆପଣାମାନଙ୍କ ମାୟାରେ ସେହିପରି କଲେ; ତହିଁରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା ଓ ସେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।

23ଏଥିଉତ୍ତାରେ ଫାରୋ ମୁଖ ଫେରାଇ ଆପଣା ଗୃହକୁ ଗଲେ, ଏଥିରେ ଆପଣା ମନ ଦେଲେ ନାହିଁ।

24ପୁଣି, ସମସ୍ତ ମିସରୀୟ ଲୋକେ ନଦୀର ଜଳ ପାନ କରି ନ ପାରିବାରୁ ପିଇବା ଜଳ ନିମନ୍ତେ ନଦୀର ଚାରିଆଡ଼େ ଖୋଳିଲେ।

25ସଦାପ୍ରଭୁ ନଦୀକୁ ଆଘାତ କଲା ଉତ୍ତାରେ ସାତ ଦିନ ସମ୍ପୂର୍ଣ୍ଣ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.