ଯାତ୍ରା ପୁସ୍ତକ 7

ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ପୁଣି, ମିସର ଦେଶରେ ଆମ୍ଭର ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ବହୁସଂଖ୍ୟକ କରିବା।

Exodus 7:3 (UKJV) And I will harden Pharaoh's heart, and multiply my signs and my wonders in the land of Egypt.

1ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭକୁ ଫାରୋ ନିକଟରେ ପରମେଶ୍ୱର ତୁଲ୍ୟ କରି ନିଯୁକ୍ତ କଲୁ ଓ ତୁମ୍ଭ ଭ୍ରାତା ହାରୋଣ ତୁମ୍ଭର ଭବିଷ୍ୟଦ୍‍ବକ୍ତା ହେବ।

2ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିବା, ତାହାସବୁ ତୁମ୍ଭେ କହିବ; ପୁଣି, ତୁମ୍ଭ ଭ୍ରାତା ହାରୋଣ ଇସ୍ରାଏଲ-ସନ୍ତାନଗଣକୁ ଆପଣା ଦେଶରୁ ଛାଡ଼ି ଯିବାକୁ ଫାରୋଙ୍କୁ କହିବ।

3ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ପୁଣି, ମିସର ଦେଶରେ ଆମ୍ଭର ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ବହୁସଂଖ୍ୟକ କରିବା।

4ତଥାପି ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ; ଏହେତୁ ଆମ୍ଭେ ମିସର ଦେଶ ଉପରେ ଆପଣା ହସ୍ତ ଥୋଇ ମହାଦଣ୍ଡ ଦ୍ୱାରା ମିସରଠାରୁ ଆପଣା ସୈନ୍ୟସାମନ୍ତ, ଆମ୍ଭର ଲୋକ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା।

5ପୁଣି, ଆମ୍ଭେ ମିସର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କ ମଧ୍ୟରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା ବେଳେ ଆମ୍ଭେ ଯେ ସଦାପ୍ରଭୁ, ତାହା ସେମାନେ ଜାଣିବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.