7ଫାରୋଙ୍କ ସଙ୍ଗରେ କଥୋପକଥନ କରିବା ବେଳେ ମୋଶାଙ୍କୁ ଅଶୀ ଓ ହାରୋଣଙ୍କୁ ତେୟାଅଶୀ ବର୍ଷ ହୋଇଥିଲା।
8ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
9“ତୁମ୍ଭେମାନେ ଆପଣାମାନଙ୍କ ପାଇଁ ‘କୌଣସି ଚିହ୍ନ ଦେଖାଅ’ ବୋଲି ଯଦି ଫାରୋ ତୁମ୍ଭମାନଙ୍କୁ କହିବ, ତେବେ ତୁମ୍ଭେ ହାରୋଣକୁ କହିବ, ‘ତୁମ୍ଭର ଯଷ୍ଟି ନେଇ ଫାରୋ ଅଗ୍ରତେ ତଳେ ପକାଅ; ତହିଁରେ ସେହି ଯଷ୍ଟି ସର୍ପ ହେବ।’”
10ତହୁଁ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ କର୍ମ କଲେ; ପୁଣି, ହାରୋଣ, ଫାରୋ ଓ ତାଙ୍କର ଦାସମାନଙ୍କ ସମ୍ମୁଖରେ ଆପଣା ଯଷ୍ଟି ତଳେ ପକାନ୍ତେ, ତାହା ସର୍ପ ହେଲା।
11ତେବେ ଫାରୋ ଆପଣା ପଣ୍ଡିତ ଓ ଗୁଣିଆମାନଙ୍କୁ ଡାକିଲେ; ତହିଁରେ ମିସରୀୟ ମନ୍ତ୍ରଜ୍ଞମାନେ ମଧ୍ୟ ଆପଣାମାନଙ୍କ ମାୟାରେ ସେହିପରି କଲେ।