10ସେ କହିଲେ, “ଆସନ୍ତାକାଲି କର।” ସେତେବେଳେ ମୋଶା କହିଲେ, “ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ତୁଲ୍ୟ କେହି ନାହାନ୍ତି, ଏହା ଯେପରି ଆପଣ ଜ୍ଞାତ ହୁଅନ୍ତି, ଏଥିପାଇଁ ଆପଣଙ୍କ ବାକ୍ୟାନୁସାରେ ହେଉ।
11ବେଙ୍ଗମାନେ ଆପଣଙ୍କଠାରୁ ଓ ଆପଣଙ୍କ ଗୃହ, ଦାସ ଓ ସମସ୍ତ ଲୋକଙ୍କଠାରୁ ଦୂର ହୋଇ କେବଳ ନଦୀରେ ରହିବେ।”
12ଏଥିଉତ୍ତାରେ ମୋଶା ଓ ହାରୋଣ ଫାରୋଙ୍କ ନିକଟରୁ ବାହାରକୁ ଗଲେ; ପୁଣି, ମୋଶା ଫାରୋଙ୍କ ବିରୁଦ୍ଧରେ ଆନୀତ ବେଙ୍ଗ ବିଷୟରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।
13ତହିଁରେ ସଦାପ୍ରଭୁ ମୋଶାଙ୍କ ବାକ୍ୟାନୁସାରେ କରନ୍ତେ, ଗୃହରେ, ପ୍ରାଙ୍ଗଣରେ ଓ କ୍ଷେତ୍ରରେ ସମସ୍ତ ବେଙ୍ଗ ମଲେ।
14ତହୁଁ ଲୋକମାନେ ସେସବୁକୁ ଏକତ୍ର କରି ଗଦା କରନ୍ତେ, ଦେଶ ଦୁର୍ଗନ୍ଧମୟ ହେଲା।