ଯାତ୍ରା ପୁସ୍ତକ 8

ସେତେବେଳେ ମନ୍ତ୍ରଜ୍ଞମାନେ ଆପଣା ଆପଣା ମାୟାରେ ସେପ୍ରକାର ଉକୁଣିଆ ପୋକ ଉତ୍ପନ୍ନ କରିବାକୁ ଚେଷ୍ଟା କଲେ, ମାତ୍ର ପାରିଲେ ନାହିଁ; ତହିଁରେ ମନୁଷ୍ୟ ଓ ପଶୁମାନଙ୍କ ଉପରେ ଉକୁଣିଆ ପୋକ ହେଲା।

Exodus 8:18 (UKJV) And the magicians did so with their enchantments to bring forth lice, but they could not: so there were lice upon man, and upon beast.

16ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ, ସମସ୍ତ ମିସର ଦେଶରେ ଯେପରି ଉକୁଣିଆ ପୋକ ହୁଅଇ, ଏଥିପାଇଁ ‘ତୁମ୍ଭେ ଆପଣା ଯଷ୍ଟି ଉଠାଇ ଭୂମିର ଧୂଳିରେ ପ୍ରହାର କର।’”

17ତହିଁରେ ସେମାନେ ସେପ୍ରକାର କଲେ; ହାରୋଣ ସଯଷ୍ଟି ହସ୍ତ ବିସ୍ତାର କରି ଭୂମିର ଧୂଳିରେ ପ୍ରହାର କରନ୍ତେ, ମନୁଷ୍ୟ ଓ ପଶୁମାନଙ୍କଠାରେ ଉକୁଣିଆ ପୋକ ହେଲା; ପୁଣି, ମିସର ଦେଶର ଭୂମିସ୍ଥ ସମସ୍ତ ଧୂଳି ଉକୁଣିଆ ପୋକ ହେଲା।

18ସେତେବେଳେ ମନ୍ତ୍ରଜ୍ଞମାନେ ଆପଣା ଆପଣା ମାୟାରେ ସେପ୍ରକାର ଉକୁଣିଆ ପୋକ ଉତ୍ପନ୍ନ କରିବାକୁ ଚେଷ୍ଟା କଲେ, ମାତ୍ର ପାରିଲେ ନାହିଁ; ତହିଁରେ ମନୁଷ୍ୟ ଓ ପଶୁମାନଙ୍କ ଉପରେ ଉକୁଣିଆ ପୋକ ହେଲା।

19ତେବେ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, “ଏ ତ ପରମେଶ୍ୱରଙ୍କ ଅଙ୍ଗୁଳିକୃତ କର୍ମ,” ତଥାପି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା, ପୁଣି, ସେ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।

20ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଠିଆ ହୁଅ; ଦେଖ, ସେ ଜଳ ନିକଟକୁ ଆସିଲେ, ତୁମ୍ଭେ ତାହାଙ୍କୁ ଏହି କଥା କହିବ, ‘ସଦାପ୍ରଭୁ କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.