17ତହିଁରେ ସେମାନେ ସେପ୍ରକାର କଲେ; ହାରୋଣ ସଯଷ୍ଟି ହସ୍ତ ବିସ୍ତାର କରି ଭୂମିର ଧୂଳିରେ ପ୍ରହାର କରନ୍ତେ, ମନୁଷ୍ୟ ଓ ପଶୁମାନଙ୍କଠାରେ ଉକୁଣିଆ ପୋକ ହେଲା; ପୁଣି, ମିସର ଦେଶର ଭୂମିସ୍ଥ ସମସ୍ତ ଧୂଳି ଉକୁଣିଆ ପୋକ ହେଲା।
18ସେତେବେଳେ ମନ୍ତ୍ରଜ୍ଞମାନେ ଆପଣା ଆପଣା ମାୟାରେ ସେପ୍ରକାର ଉକୁଣିଆ ପୋକ ଉତ୍ପନ୍ନ କରିବାକୁ ଚେଷ୍ଟା କଲେ, ମାତ୍ର ପାରିଲେ ନାହିଁ; ତହିଁରେ ମନୁଷ୍ୟ ଓ ପଶୁମାନଙ୍କ ଉପରେ ଉକୁଣିଆ ପୋକ ହେଲା।
19ତେବେ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, “ଏ ତ ପରମେଶ୍ୱରଙ୍କ ଅଙ୍ଗୁଳିକୃତ କର୍ମ,” ତଥାପି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା, ପୁଣି, ସେ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।
20ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଠିଆ ହୁଅ; ଦେଖ, ସେ ଜଳ ନିକଟକୁ ଆସିଲେ, ତୁମ୍ଭେ ତାହାଙ୍କୁ ଏହି କଥା କହିବ, ‘ସଦାପ୍ରଭୁ କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।
21ପୁଣି, ଯଦି ଆମ୍ଭ ଲୋକମାନଙ୍କୁ ଯିବାକୁ ନ ଦେବ, ତେବେ ଆମ୍ଭେ ତୁମ୍ଭ ଉପରେ ଓ ତୁମ୍ଭ ଦାସମାନଙ୍କ ଉପରେ ଓ ତୁମ୍ଭ ଲୋକମାନଙ୍କ ଉପରେ ଓ ତୁମ୍ଭ ଗୃହ ଭିତରେ ଏପରି ଦଂଶକାଦିର ଝିଙ୍କ ପଠାଇବା ଯେ, ତଦ୍ଦ୍ୱାରା ମିସରୀୟମାନଙ୍କ ଗୃହ ଓ ବାସଭୂମି ପରିପୂର୍ଣ୍ଣ ହେବ।