ଯାତ୍ରା ପୁସ୍ତକ 8

କିନ୍ତୁ ଯଦି ତୁମ୍ଭେ ସେମାନଙ୍କୁ ଯିବାକୁ ଦେବା ପାଇଁ ମନା କରିବ, ତେବେ ଦେଖ, ଆମ୍ଭେ ବେଙ୍ଗ ଦ୍ୱାରା ତୁମ୍ଭର ସମସ୍ତ ଦେଶକୁ ଦଣ୍ଡ ଦେବା।

Exodus 8:2 (UKJV) And if you refuse to let them go, behold, I will strike all your borders with frogs:

1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଇ ତାହାଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।

2କିନ୍ତୁ ଯଦି ତୁମ୍ଭେ ସେମାନଙ୍କୁ ଯିବାକୁ ଦେବା ପାଇଁ ମନା କରିବ, ତେବେ ଦେଖ, ଆମ୍ଭେ ବେଙ୍ଗ ଦ୍ୱାରା ତୁମ୍ଭର ସମସ୍ତ ଦେଶକୁ ଦଣ୍ଡ ଦେବା।

3ନୀଳ ନଦୀ ବେଙ୍ଗରେ ପରିପୂର୍ଣ୍ଣ ହେବ, ତହିଁରେ ସେସମସ୍ତ ବେଙ୍ଗ ଉଠି ତୁମ୍ଭ ଗୃହରେ, ଶୟନାଗାରରେ, ଶଯ୍ୟାରେ, ତୁମ୍ଭ ଦାସମାନଙ୍କ ଗୃହରେ, ତୁମ୍ଭ ଲୋକମାନଙ୍କ ଉପରେ, ତୁମ୍ଭ ଚୁଲ୍ଲୀରେ ଓ ତୁମ୍ଭ ଅଟା ଦଳିବା ପାତ୍ରରେ ପ୍ରବେଶ କରିବେ;

4ପୁଣି, ତୁମ୍ଭର ଓ ତୁମ୍ଭ ଲୋକମାନଙ୍କର ଓ ଦାସମାନଙ୍କ ଉପରକୁ ଉଠିବେ।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.