24ଏଥିଉତ୍ତାରେ ସଦାପ୍ରଭୁ ସେହି ପ୍ରକାର କଲେ; ତହିଁରେ ଫାରୋଙ୍କର ଓ ତାଙ୍କ ଦାସମାନଙ୍କ ଗୃହରେ ଦଂଶକାଦିର ବୃହତ ଝିଙ୍କ ଉପସ୍ଥିତ ହେଲା; ପୁଣି, ସମୁଦାୟ ମିସର ଦେଶ ଦଂଶକାଦି ସକାଶୁ ନଷ୍ଟ ହେଲା।
25ସେତେବେଳେ ଫାରୋ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଯାଇ ଦେଶ ମଧ୍ୟରେ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କର।”
26ତହିଁରେ ମୋଶା କହିଲେ, “ତାହା କରିବା ଉପଯୁକ୍ତ ନୁହେଁ; କାରଣ ତାହା କଲେ, ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମିସରୀୟମାନଙ୍କର ଘୃଣାଜନକ ବଳିଦାନ କରିବାକୁ ହେବ; ଦେଖ, ମିସରୀୟମାନଙ୍କ ଚକ୍ଷୁଗୋଚରରେ ସେମାନଙ୍କର ଘୃଣାଜନକ ବଳିଦାନ କଲେ, ସେମାନେ କି ଆମ୍ଭମାନଙ୍କୁ ପଥର ପକାଇ ମାରିବେ ନାହିଁ?
27ଏଣୁକରି ଆମ୍ଭେମାନେ ତିନି ଦିନର ବାଟ ପ୍ରାନ୍ତରକୁ ଯାଇ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱର ଯେଉଁ ଆଜ୍ଞା ଦେବେ, ତଦନୁସାରେ ତାହାଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା।”
28ତହୁଁ ଫାରୋ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଯିବାକୁ ଦେବା, ତୁମ୍ଭେମାନେ ପ୍ରାନ୍ତରକୁ ଯାଇ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କର; ମାତ୍ର ବହୁ ଦୂରକୁ ଯାଅ ନାହିଁ, ପୁଣି, ଆମ୍ଭ ନିମନ୍ତେ ପ୍ରାର୍ଥନା କର।”