29ଏଥିଉତ୍ତାରେ ମୋଶା କହିଲେ, “ଦେଖ, ମୁଁ ଆପଣଙ୍କ ନିକଟରୁ ଯାଇ ସଦାପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରିବି, ତହିଁରେ ଆପଣଙ୍କର, ଆପଣଙ୍କ ଦାସମାନଙ୍କ ଓ ଆପଣଙ୍କ ଲୋକମାନଙ୍କ ନିକଟରୁ ଆସନ୍ତାକାଲି ସମସ୍ତ ଦଂଶକ ଝିଙ୍କ ଦୂର ହୋଇଯିବେ; ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ଲୋକମାନଙ୍କୁ ଯିବାକୁ ଦେବା ବିଷୟରେ ଫାରୋ ପୁନର୍ବାର ପ୍ରବଞ୍ଚନା କରିବେ ନାହିଁ।”
30ତହୁଁ ମୋଶା ଫାରୋଙ୍କ ନିକଟରୁ ବାହାରକୁ ଯାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।
31ତହିଁରେ ସଦାପ୍ରଭୁ ମୋଶାଙ୍କ ପ୍ରାର୍ଥନାନୁସାରେ ଫାରୋଙ୍କଠାରୁ, ତାଙ୍କ ଦାସଗଣ ଓ ଲୋକ ସମସ୍ତଙ୍କଠାରୁ ସମସ୍ତ ଦଂଶକାଦି ଝିଙ୍କ ଦୂର କଲେ; ଗୋଟିଏ ଅବଶିଷ୍ଟ ରହିଲା ନାହିଁ।
32ଏଥର ମଧ୍ୟ ଫାରୋ ଆପଣା ହୃଦୟ କଠିନ କଲେ ଓ ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ।