3ନୀଳ ନଦୀ ବେଙ୍ଗରେ ପରିପୂର୍ଣ୍ଣ ହେବ, ତହିଁରେ ସେସମସ୍ତ ବେଙ୍ଗ ଉଠି ତୁମ୍ଭ ଗୃହରେ, ଶୟନାଗାରରେ, ଶଯ୍ୟାରେ, ତୁମ୍ଭ ଦାସମାନଙ୍କ ଗୃହରେ, ତୁମ୍ଭ ଲୋକମାନଙ୍କ ଉପରେ, ତୁମ୍ଭ ଚୁଲ୍ଲୀରେ ଓ ତୁମ୍ଭ ଅଟା ଦଳିବା ପାତ୍ରରେ ପ୍ରବେଶ କରିବେ;
4ପୁଣି, ତୁମ୍ଭର ଓ ତୁମ୍ଭ ଲୋକମାନଙ୍କର ଓ ଦାସମାନଙ୍କ ଉପରକୁ ଉଠିବେ।’”
5ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ, ‘ତୁମ୍ଭେ ନଦୀ, ନାଳ ଓ ପୁଷ୍କରିଣୀ ଉପରେ ଆପଣାର ସଯଷ୍ଟି ହସ୍ତ ବିସ୍ତାର କରି ମିସର ଦେଶ ଉପରେ ବେଙ୍ଗ ଅଣାଅ।’”
6ତହିଁରେ ହାରୋଣ ମିସରର ସମସ୍ତ ଜଳ ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ବେଙ୍ଗସମୂହ ଉଠି ମିସର ଦେଶରେ ବ୍ୟାପିଗଲେ।
7ସେତେବେଳେ ମନ୍ତ୍ରଜ୍ଞମାନେ ଆପଣାମାନଙ୍କ ମାୟାରେ ସେପ୍ରକାର କରି ମିସର ଦେଶ ଉପରେ ବେଙ୍ଗ ଆଣିଲେ।