ଯାତ୍ରା ପୁସ୍ତକ 8

ସେତେବେଳେ ମନ୍ତ୍ରଜ୍ଞମାନେ ଆପଣାମାନଙ୍କ ମାୟାରେ ସେପ୍ରକାର କରି ମିସର ଦେଶ ଉପରେ ବେଙ୍ଗ ଆଣିଲେ।

Exodus 8:7 (UKJV) And the magicians did so with their enchantments, and brought up frogs upon the land of Egypt.

5ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ, ‘ତୁମ୍ଭେ ନଦୀ, ନାଳ ଓ ପୁଷ୍କରିଣୀ ଉପରେ ଆପଣାର ସଯଷ୍ଟି ହସ୍ତ ବିସ୍ତାର କରି ମିସର ଦେଶ ଉପରେ ବେଙ୍ଗ ଅଣାଅ।’”

6ତହିଁରେ ହାରୋଣ ମିସରର ସମସ୍ତ ଜଳ ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ବେଙ୍ଗସମୂହ ଉଠି ମିସର ଦେଶରେ ବ୍ୟାପିଗଲେ।

7ସେତେବେଳେ ମନ୍ତ୍ରଜ୍ଞମାନେ ଆପଣାମାନଙ୍କ ମାୟାରେ ସେପ୍ରକାର କରି ମିସର ଦେଶ ଉପରେ ବେଙ୍ଗ ଆଣିଲେ।

8ତହୁଁ ଫାରୋ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ଆମ୍ଭଠାରୁ ଓ ଆମ୍ଭ ଲୋକଙ୍କଠାରୁ ଏହିସବୁ ବେଙ୍ଗ ଦୂର କରିବା ପାଇଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; ତହିଁରେ ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଲୋକମାନଙ୍କୁ ଯିବାକୁ ଦେବା।”

9ତେବେ ମୋଶା ଫାରୋଙ୍କୁ କହିଲେ, “ମୋʼ ଉପରେ ଦର୍ପ କର; ବେଙ୍ଗ ସବୁ ଯେପରି ଆପଣଙ୍କଠାରୁ ଓ ଆପଣଙ୍କ ଗୃହରୁ ଉଚ୍ଛିନ୍ନ ହୋଇ କେବଳ ନଦୀରେ ରହନ୍ତି, ଆପଣଙ୍କ ଓ ଆପଣଙ୍କ ଦାସମାନଙ୍କ ଓ ଲୋକସମସ୍ତଙ୍କ ନିମନ୍ତେ ସଦାପ୍ରଭୁଙ୍କ ଛାମୁରେ କେବେ ଏହି ପ୍ରାର୍ଥନା କରିବି?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.