15କାରଣ ବର୍ତ୍ତମାନ ସୁଦ୍ଧା ଆମ୍ଭେ ଆପଣା ହସ୍ତ ବିସ୍ତାର କରି ମହାମାରୀ ଦ୍ୱାରା ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ସଂହାର କରନ୍ତୁଣି, ପୁଣି, ତୁମ୍ଭେ ପୃଥିବୀରୁ ଉଚ୍ଛିନ୍ନ ହୋଇ ସାରନ୍ତଣି;
16ମାତ୍ର ତୁମ୍ଭକୁ ଆପଣା ପରାକ୍ରମ ଦେଖାଇବାକୁ ଓ ସମୁଦାୟ ପୃଥିବୀରେ ଯେପରି ଆମ୍ଭର ନାମ କୀର୍ତ୍ତିତ ହେବ, ପ୍ରକୃତରେ ଏଥିପାଇଁ ଆମ୍ଭେ ତୁମ୍ଭକୁ ସ୍ଥାପନ କରି ରଖିଅଛୁ।
17ତଥାପି ତୁମ୍ଭେ ଆମ୍ଭ ଲୋକମାନଙ୍କୁ ଯିବାକୁ ନ ଦେଇ ସେମାନଙ୍କ ଉପରେ ଦର୍ପ କରୁଅଛ?
18ଦେଖ, ଆମ୍ଭେ ଆସନ୍ତାକାଲି ଏପରି ସମୟରେ ମିସର ଦେଶରେ ଏପରି ଭାରୀ ଶିଳାବୃଷ୍ଟି କରିବା ଯେ, ମିସରର ପତ୍ତନାବଧି ଆଜିଯାଏ ସେପରି କେବେ ହୋଇ ନାହିଁ।
19ଏନିମନ୍ତେ ଏବେ ଲୋକ ପଠାଇ କ୍ଷେତ୍ରରେ ତୁମ୍ଭର ପଶ୍ୱାଦି ଯାହା ଯାହା ଅଛି, ତାହାସବୁ ଶୀଘ୍ର ଅଣାଅ, କାରଣ ଯେଉଁ ମନୁଷ୍ୟ କି ପଶୁ କ୍ଷେତ୍ରରେ ରହିବେ, ଗୃହକୁ ଅଣା ନ ଯିବେ, ସେମାନଙ୍କ ଉପରେ ଶିଳାବୃଷ୍ଟି ହେଲେ ସେମାନେ ମରିବେ।’”