18ଦେଖ, ଆମ୍ଭେ ଆସନ୍ତାକାଲି ଏପରି ସମୟରେ ମିସର ଦେଶରେ ଏପରି ଭାରୀ ଶିଳାବୃଷ୍ଟି କରିବା ଯେ, ମିସରର ପତ୍ତନାବଧି ଆଜିଯାଏ ସେପରି କେବେ ହୋଇ ନାହିଁ।
19ଏନିମନ୍ତେ ଏବେ ଲୋକ ପଠାଇ କ୍ଷେତ୍ରରେ ତୁମ୍ଭର ପଶ୍ୱାଦି ଯାହା ଯାହା ଅଛି, ତାହାସବୁ ଶୀଘ୍ର ଅଣାଅ, କାରଣ ଯେଉଁ ମନୁଷ୍ୟ କି ପଶୁ କ୍ଷେତ୍ରରେ ରହିବେ, ଗୃହକୁ ଅଣା ନ ଯିବେ, ସେମାନଙ୍କ ଉପରେ ଶିଳାବୃଷ୍ଟି ହେଲେ ସେମାନେ ମରିବେ।’”
20ସେତେବେଳେ ଫାରୋଙ୍କର ଦାସମାନଙ୍କ ମଧ୍ୟରୁ ଯେଉଁ ବ୍ୟକ୍ତି ସଦାପ୍ରଭୁଙ୍କ ବାକ୍ୟରେ ଭୀତ ହେଲା, ସେ ଶୀଘ୍ର ଆପଣା ଦାସ ଓ ପଶୁମାନଙ୍କୁ ଗୃହକୁ ଆଣିଲା।
21ମାତ୍ର ଯେ ସଦାପ୍ରଭୁଙ୍କ ବାକ୍ୟରେ ମନୋଯୋଗ ନ କଲା, ସେ ଆପଣା ଦାସ ଓ ପଶୁମାନଙ୍କୁ କ୍ଷେତ୍ରରେ ତ୍ୟାଗ କଲା।
22ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆକାଶ ଆଡ଼େ ଆପଣା ହସ୍ତ ବିସ୍ତାର କର, ତହିଁରେ ମିସରୀୟ ସମସ୍ତ ମନୁଷ୍ୟ, ପଶୁ ଓ କ୍ଷେତ୍ରସ୍ଥ ତୃଣାଦି ସମସ୍ତ ଉପରେ ଶିଳାବୃଷ୍ଟି ହେବ।”