23ତହୁଁ ମୋଶା ଆପଣା ଯଷ୍ଟି ଆକାଶ ଆଡ଼େ ବିସ୍ତାର କରନ୍ତେ, ସଦାପ୍ରଭୁ ମେଘ ଗର୍ଜ୍ଜନ ଓ ଶିଳାବୃଷ୍ଟି କଲେ; ପୁଣି, ବିଜୁଳି ଭୂମି ଆଡ଼େ ବେଗେ ଗମନ କଲା; ଏହିରୂପେ ସଦାପ୍ରଭୁ ମିସର ଦେଶରେ ଶିଳାବୃଷ୍ଟି କଲେ।
24ତହିଁରେ ଶିଳାବୃଷ୍ଟି ହେଲା ଓ ଶିଳା ସଙ୍ଗେ ସଙ୍ଗେ ବିଜୁଳି ଚମକିଲା; ଏପ୍ରକାର ଅତି ଦୁଃସହ ଶିଳାବୃଷ୍ଟି ମିସର ଦେଶରେ ରାଜ୍ୟସ୍ଥାପନାବଧି କେବେ ହୋଇ ନ ଥିଲା।
25ତହିଁରେ ସମୁଦାୟ ମିସର ଦେଶର କ୍ଷେତ୍ରସ୍ଥ ମନୁଷ୍ୟ ଓ ପଶୁ ସମସ୍ତେ ଶିଳା ଦ୍ୱାରା ହତ ହେଲେ ଓ କ୍ଷେତ୍ରସ୍ଥ ସକଳ ତୃଣ ଶିଳାବୃଷ୍ଟିରେ ନଷ୍ଟ ହେଲା, କ୍ଷେତ୍ରସ୍ଥ ସବୁ ବୃକ୍ଷ ଭାଙ୍ଗିଗଲା।
26କେବଳ ଇସ୍ରାଏଲ-ସନ୍ତାନଗଣର ବାସସ୍ଥାନ ଗୋଶନ ପ୍ରଦେଶରେ ଶିଳାବୃଷ୍ଟି ହେଲା ନାହିଁ।
27ଏଥିଉତ୍ତାରେ ଫାରୋ ଲୋକ ପଠାଇ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ଏହିଥର ମୁଁ ପାପ କରିଅଛି; ସଦାପ୍ରଭୁ ଧାର୍ମିକ, ମାତ୍ର ଆମ୍ଭେ ଓ ଆମ୍ଭ ଲୋକମାନେ ଦୋଷୀ ଅଟୁ।