25ତହିଁରେ ସମୁଦାୟ ମିସର ଦେଶର କ୍ଷେତ୍ରସ୍ଥ ମନୁଷ୍ୟ ଓ ପଶୁ ସମସ୍ତେ ଶିଳା ଦ୍ୱାରା ହତ ହେଲେ ଓ କ୍ଷେତ୍ରସ୍ଥ ସକଳ ତୃଣ ଶିଳାବୃଷ୍ଟିରେ ନଷ୍ଟ ହେଲା, କ୍ଷେତ୍ରସ୍ଥ ସବୁ ବୃକ୍ଷ ଭାଙ୍ଗିଗଲା।
26କେବଳ ଇସ୍ରାଏଲ-ସନ୍ତାନଗଣର ବାସସ୍ଥାନ ଗୋଶନ ପ୍ରଦେଶରେ ଶିଳାବୃଷ୍ଟି ହେଲା ନାହିଁ।
27ଏଥିଉତ୍ତାରେ ଫାରୋ ଲୋକ ପଠାଇ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ଏହିଥର ମୁଁ ପାପ କରିଅଛି; ସଦାପ୍ରଭୁ ଧାର୍ମିକ, ମାତ୍ର ଆମ୍ଭେ ଓ ଆମ୍ଭ ଲୋକମାନେ ଦୋଷୀ ଅଟୁ।
28ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; କାରଣ ପରମେଶ୍ୱରକୃତ ଗର୍ଜ୍ଜନ ଓ ଶିଳାବୃଷ୍ଟି ଯଥେଷ୍ଟ ହୋଇଅଛି; ଆମ୍ଭେ ତୁମ୍ଭମାନଙ୍କୁ ଯିବାକୁ ଦେବା, ତୁମ୍ଭମାନଙ୍କର ଆଉ ବିଳମ୍ବ ହେବ ନାହିଁ।”
29ସେତେବେଳେ ମୋଶା ତାଙ୍କୁ କହିଲେ, “ମୁଁ ନଗରରୁ ବାହାର ହୋଇଗଲା କ୍ଷଣେ ସଦାପ୍ରଭୁଙ୍କ ନିକଟରେ ଆପଣ ହସ୍ତ ବିସ୍ତାର କରିବି, ତହିଁରେ ମେଘ ଗର୍ଜ୍ଜନ ନିବୃତ୍ତ ହେବ ଓ ଶିଳାବୃଷ୍ଟି ଆଉ ହେବ ନାହିଁ; ପୁଣି, ଏହି ପୃଥିବୀ ଯେ ସଦାପ୍ରଭୁଙ୍କର, ତାହା ଆପଣ ଜାଣି ପାରିବେ।