ଯାତ୍ରା ପୁସ୍ତକ 9

ତେବେ ଦେଖ, ତୁମ୍ଭ କ୍ଷେତ୍ରସ୍ଥିତ ଘୋଡା, ଗର୍ଦ୍ଦଭ, ଓଟ, ଗୋରୁ ଓ ମେଷାଦି ପଶୁଗଣ ଉପରେ ସଦାପ୍ରଭୁଙ୍କ ହସ୍ତ ଅଛି; ଏଣୁ ଅତିଶୟ ମହାମାରୀ ହେବ।

Exodus 9:3 (UKJV) Behold, the hand of the LORD is upon your cattle which is in the field, upon the horses, upon the asses, upon the camels, upon the oxen, and upon the sheep: there shall be a very grievous murrain.

1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଇ ତାହାଙ୍କୁ କୁହ, ‘ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି, ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।

2ମାତ୍ର ଯଦି ସେମାନଙ୍କୁ ଯିବା ପାଇଁ ନାସ୍ତି କରି ଏବେ ମଧ୍ୟ ବାଧା ଦେବ,

3ତେବେ ଦେଖ, ତୁମ୍ଭ କ୍ଷେତ୍ରସ୍ଥିତ ଘୋଡା, ଗର୍ଦ୍ଦଭ, ଓଟ, ଗୋରୁ ଓ ମେଷାଦି ପଶୁଗଣ ଉପରେ ସଦାପ୍ରଭୁଙ୍କ ହସ୍ତ ଅଛି; ଏଣୁ ଅତିଶୟ ମହାମାରୀ ହେବ।

4ମାତ୍ର ସଦାପ୍ରଭୁ ଇସ୍ରାଏଲୀୟମାନଙ୍କ ଓ ମିସରୀୟମାନଙ୍କ ପଶୁଗଣ ମଧ୍ୟରେ ପ୍ରଭେଦ କରିବେ; ତହିଁରେ ଇସ୍ରାଏଲ ସନ୍ତାନମାନଙ୍କର କୌଣସି ପଶୁ ମରିବ ନାହିଁ।’”

5ସଦାପ୍ରଭୁ ସମୟ ନିରୂପଣ କରି କହନ୍ତି, “ଆସନ୍ତାକାଲି ସଦାପ୍ରଭୁ ଏ ଦେଶରେ ଏହି କର୍ମ କରିବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.