30ମାତ୍ର ମୁଁ ଜାଣେ, ଆପଣ ଓ ଆପଣଙ୍କ ଦାସଗଣ ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ପରମେଶ୍ୱରଙ୍କୁ ଭୟ କରୁ ନାହାନ୍ତି।”
31ସେସମୟରେ ଫେସି ଓ ଯବ ସବୁ ନଷ୍ଟ ହେଲା, କାରଣ ଯବ ଶିଷାଯୁକ୍ତ ଓ ଫେସି ପୁଷ୍ପିତ ଥିଲା।
32ମାତ୍ର ଗହମ ଓ ଜହ୍ନା ବଡ଼ ହୋଇ ନ ଥିବାରୁ ନଷ୍ଟ ହେଲା ନାହିଁ।
33ଏଥିଉତ୍ତାରେ ମୋଶା ଫାରୋଙ୍କ ନିକଟରୁ ନଗରର ବାହାରକୁ ଯାଇ ସଦାପ୍ରଭୁଙ୍କ ଛାମୁରେ ଆପଣା ହସ୍ତ ବିସ୍ତାର କରନ୍ତେ, ମେଘ ଗର୍ଜ୍ଜନ ଓ ଶିଳାବୃଷ୍ଟି ନିବୃତ୍ତ ହେଲା, ଭୂମିରେ ଆଉ ଜଳ ବୃଷ୍ଟି ହେଲା ନାହିଁ।
34ସେତେବେଳେ ବୃଷ୍ଟି ଓ ଶିଳାପାତ ଓ ମେଘ ଗର୍ଜ୍ଜନ ନିବୃତ୍ତ ହେବାର ଦେଖି ଫାରୋ ଆହୁରି ପାପ କଲେ, ପୁଣି, ସେ ଓ ତାଙ୍କ ଦାସମାନେ ଆପଣା ଆପଣା ମନ କଠିନ କଲେ।