31ସେସମୟରେ ଫେସି ଓ ଯବ ସବୁ ନଷ୍ଟ ହେଲା, କାରଣ ଯବ ଶିଷାଯୁକ୍ତ ଓ ଫେସି ପୁଷ୍ପିତ ଥିଲା।
32ମାତ୍ର ଗହମ ଓ ଜହ୍ନା ବଡ଼ ହୋଇ ନ ଥିବାରୁ ନଷ୍ଟ ହେଲା ନାହିଁ।
33ଏଥିଉତ୍ତାରେ ମୋଶା ଫାରୋଙ୍କ ନିକଟରୁ ନଗରର ବାହାରକୁ ଯାଇ ସଦାପ୍ରଭୁଙ୍କ ଛାମୁରେ ଆପଣା ହସ୍ତ ବିସ୍ତାର କରନ୍ତେ, ମେଘ ଗର୍ଜ୍ଜନ ଓ ଶିଳାବୃଷ୍ଟି ନିବୃତ୍ତ ହେଲା, ଭୂମିରେ ଆଉ ଜଳ ବୃଷ୍ଟି ହେଲା ନାହିଁ।
34ସେତେବେଳେ ବୃଷ୍ଟି ଓ ଶିଳାପାତ ଓ ମେଘ ଗର୍ଜ୍ଜନ ନିବୃତ୍ତ ହେବାର ଦେଖି ଫାରୋ ଆହୁରି ପାପ କଲେ, ପୁଣି, ସେ ଓ ତାଙ୍କ ଦାସମାନେ ଆପଣା ଆପଣା ମନ କଠିନ କଲେ।
35ତହିଁରେ ଫାରୋଙ୍କର ହୃଦୟ କଠିନ ହେଲା; ଏଣୁ ମୋଶାଙ୍କ ଦ୍ୱାରା କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।