5ସଦାପ୍ରଭୁ ସମୟ ନିରୂପଣ କରି କହନ୍ତି, “ଆସନ୍ତାକାଲି ସଦାପ୍ରଭୁ ଏ ଦେଶରେ ଏହି କର୍ମ କରିବେ।”
6ଆରଦିନ ସଦାପ୍ରଭୁ ସେହି କର୍ମ କଲେ, ତହିଁରେ ମିସରୀୟମାନଙ୍କ ସମସ୍ତ ପଶୁ ମଲେ; ମାତ୍ର ଇସ୍ରାଏଲ ସନ୍ତାନମାନଙ୍କ ପଶୁଗଣ ମଧ୍ୟରୁ ଗୋଟିଏ ହେଁ ମଲା ନାହିଁ।
7ତହୁଁ ଫାରୋ ଲୋକ ପଠାଇ ଇସ୍ରାଏଲୀୟମାନଙ୍କର ଗୋଟିଏ ମାତ୍ର ପଶୁ ମରି ନ ଥିବାର ଦେଖିଲେ। ତଥାପି ଫାରୋଙ୍କ ହୃଦୟ କଠିନ ହେଲା ଓ ସେ ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ।
8ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ମୁଷ୍ଟି ପୂର୍ଣ୍ଣ କରି ଭାଟିର ଭସ୍ମ ନିଅ, ପୁଣି, ମୋଶା ଫାରୋଙ୍କ ସାକ୍ଷାତରେ ତାହା ଆକାଶ ଆଡ଼କୁ ବିଞ୍ଚି ଦେଉ।
9ତହିଁରେ ତାହା ସମୁଦାୟ ମିସର ଦେଶ ଉପରେ ସୂକ୍ଷ୍ମ ଧୂଳି ହୋଇ ମିସରୀୟ ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ଜନ୍ମାଇବ।”