10ସେମାନଙ୍କ ମୁଖର ଆକୃତି ଏହିରୂପ, ଯଥା ସେମାନଙ୍କର ଗୋଟିଏ ମନୁଷ୍ୟର ମୁଖ ଥିଲା; ଆଉ, ଡାହାଣ ପାର୍ଶ୍ୱରେ ଚାରି ପ୍ରାଣୀର ସିଂହ-ମୁଖ ଓ ବାମ ପାର୍ଶ୍ୱରେ ଚାରି ପ୍ରାଣୀର ଗୋରୁର ମୁଖ ଥିଲା; ସେହି ଚାରି ପ୍ରାଣୀର ମଧ୍ୟ ଉତ୍କ୍ରୋଶ ପକ୍ଷୀର ମୁଖ ଥିଲା।
11ପୁଣି, ଉପର ଭାଗରେ ସେମାନଙ୍କର ମୁଖ ଓ ପକ୍ଷ ବିଭିନ୍ନ ଥିଲା; ପ୍ରତ୍ୟେକର ଦୁଇ ଦୁଇ ପକ୍ଷ ପରସ୍ପର ସଂଯୁକ୍ତ ଥିଲା ଓ ଦୁଇ ଦୁଇ ପକ୍ଷ ସେମାନଙ୍କର ଶରୀର ଆଚ୍ଛାଦନ କଲା।
12ପୁଣି, ସେମାନେ ପ୍ରତ୍ୟେକେ ସମ୍ମୁଖ ପ୍ରତି ଗମନ କଲେ; ଯେଉଁଆଡ଼େ ଯିବାକୁ ପରମେଶ୍ୱରଙ୍କ ଆତ୍ମାର ଇଚ୍ଛା ହେଲା, ସେହିଆଡ଼େ ସେମାନେ ଗମନ କଲେ; ଗମନ ସମୟରେ ସେମାନେ ଫେରିଲେ ନାହିଁ।
13ଏହି ଜୀବିତ ପ୍ରାଣୀମାନଙ୍କ ଆକୃତି ପ୍ରଜ୍ୱଳିତ ଅଙ୍ଗାର ଓ ମଶାଲ ସଦୃଶ ଥିଲା; ତାହା ଜୀବିତ ପ୍ରାଣୀମାନଙ୍କ ମଧ୍ୟରେ ଗମନାଗମନ କଲା ଓ ସେହି ଅଗ୍ନି ତେଜୋମୟ ଓ ସେହି ଅଗ୍ନିରୁ ବିଦ୍ୟୁତ୍ ନିର୍ଗତ ହେଲା।
14ପୁଣି, ସେହି ଜୀବିତ ପ୍ରାଣୀଗଣ ବିଦ୍ୟୁତ୍ର ଆଭା ସଦୃଶ ଦୌଡ଼ିଲେ ଓ ଫେରିଲେ।