11ପୁଣି, ଉପର ଭାଗରେ ସେମାନଙ୍କର ମୁଖ ଓ ପକ୍ଷ ବିଭିନ୍ନ ଥିଲା; ପ୍ରତ୍ୟେକର ଦୁଇ ଦୁଇ ପକ୍ଷ ପରସ୍ପର ସଂଯୁକ୍ତ ଥିଲା ଓ ଦୁଇ ଦୁଇ ପକ୍ଷ ସେମାନଙ୍କର ଶରୀର ଆଚ୍ଛାଦନ କଲା।
12ପୁଣି, ସେମାନେ ପ୍ରତ୍ୟେକେ ସମ୍ମୁଖ ପ୍ରତି ଗମନ କଲେ; ଯେଉଁଆଡ଼େ ଯିବାକୁ ପରମେଶ୍ୱରଙ୍କ ଆତ୍ମାର ଇଚ୍ଛା ହେଲା, ସେହିଆଡ଼େ ସେମାନେ ଗମନ କଲେ; ଗମନ ସମୟରେ ସେମାନେ ଫେରିଲେ ନାହିଁ।
13ଏହି ଜୀବିତ ପ୍ରାଣୀମାନଙ୍କ ଆକୃତି ପ୍ରଜ୍ୱଳିତ ଅଙ୍ଗାର ଓ ମଶାଲ ସଦୃଶ ଥିଲା; ତାହା ଜୀବିତ ପ୍ରାଣୀମାନଙ୍କ ମଧ୍ୟରେ ଗମନାଗମନ କଲା ଓ ସେହି ଅଗ୍ନି ତେଜୋମୟ ଓ ସେହି ଅଗ୍ନିରୁ ବିଦ୍ୟୁତ୍ ନିର୍ଗତ ହେଲା।
14ପୁଣି, ସେହି ଜୀବିତ ପ୍ରାଣୀଗଣ ବିଦ୍ୟୁତ୍ର ଆଭା ସଦୃଶ ଦୌଡ଼ିଲେ ଓ ଫେରିଲେ।
15ମୁଁ ସେହି ଜୀବିତ ପ୍ରାଣୀମାନଙ୍କୁ ଦର୍ଶନ କଲା ବେଳେ, ଦେଖ, ସେହି ଜୀବିତ ପ୍ରାଣୀମାନଙ୍କ ପାର୍ଶ୍ୱରେ ସେମାନଙ୍କ ଚାରି ମୁଖର ପ୍ରତ୍ୟେକର ପାଇଁ ଭୂମି ଉପରେ ଗୋଟିଏ ଗୋଟିଏ ଚକ୍ର ଥିଲା।