13ଏହି ଜୀବିତ ପ୍ରାଣୀମାନଙ୍କ ଆକୃତି ପ୍ରଜ୍ୱଳିତ ଅଙ୍ଗାର ଓ ମଶାଲ ସଦୃଶ ଥିଲା; ତାହା ଜୀବିତ ପ୍ରାଣୀମାନଙ୍କ ମଧ୍ୟରେ ଗମନାଗମନ କଲା ଓ ସେହି ଅଗ୍ନି ତେଜୋମୟ ଓ ସେହି ଅଗ୍ନିରୁ ବିଦ୍ୟୁତ୍ ନିର୍ଗତ ହେଲା।
14ପୁଣି, ସେହି ଜୀବିତ ପ୍ରାଣୀଗଣ ବିଦ୍ୟୁତ୍ର ଆଭା ସଦୃଶ ଦୌଡ଼ିଲେ ଓ ଫେରିଲେ।
15ମୁଁ ସେହି ଜୀବିତ ପ୍ରାଣୀମାନଙ୍କୁ ଦର୍ଶନ କଲା ବେଳେ, ଦେଖ, ସେହି ଜୀବିତ ପ୍ରାଣୀମାନଙ୍କ ପାର୍ଶ୍ୱରେ ସେମାନଙ୍କ ଚାରି ମୁଖର ପ୍ରତ୍ୟେକର ପାଇଁ ଭୂମି ଉପରେ ଗୋଟିଏ ଗୋଟିଏ ଚକ୍ର ଥିଲା।
16ସେହି ଚାରି ଚକ୍ରର ଆକୃତି ଓ ରଚନା ବୈଦୁର୍ଯ୍ୟମଣିର ଆଭା ତୁଲ୍ୟ ଓ ଚାରିର ରୂପ ଏକ-ପ୍ରକାର; ପୁଣି, ସେମାନଙ୍କର ଆକୃତି ଓ ରଚନା ଚକ୍ର ମଧ୍ୟରେ ଚକ୍ର ପରି ଥିଲା।
17ଗମନ କଲା ବେଳେ ସେହି ଚାରି ଚକ୍ର ଆପଣା ଆପଣାର ଚାରି ପାର୍ଶ୍ୱରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ।