1ତିରିଶ ବର୍ଷର ଚତୁର୍ଥ ମାସର ପଞ୍ଚମ ଦିନରେ ବାବିଲର କବାର ନଦୀ କୂଳରେ ବନ୍ଦୀମାନଙ୍କ ମଧ୍ୟରେ ମୁଁ ଥିବା ସମୟରେ ସ୍ୱର୍ଗ ମୁକ୍ତ ହେଲା, ତହିଁରେ ମୁଁ ପରମେଶ୍ୱରଙ୍କଠାରୁ ଦର୍ଶନମାନ ଦେଖିଲି।
2ରାଜା ଯିହୋୟାଖୀନ୍ର ବନ୍ଦୀ ହେବାର ପଞ୍ଚମ ବର୍ଷର, ସେହି ମାସର ପଞ୍ଚମ ଦିନରେ,
3କଲ୍ଦୀୟମାନଙ୍କ ଦେଶରେ କବାର ନଦୀ କୂଳରେ ବୂଷିର ପୁତ୍ର ଯିହିଜିକଲ ଯାଜକଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା; ପୁଣି, ସେଠାରେ ସଦାପ୍ରଭୁଙ୍କର ହସ୍ତ ତାଙ୍କ ଉପରେ ଥିଲା।
4ଏଥିଉତ୍ତାରେ ମୁଁ ଦୃଷ୍ଟି କଲି, ଆଉ ଦେଖ, ଉତ୍ତର ଦିଗରୁ ଘୂର୍ଣ୍ଣିବାୟୁ ବୃହତ ମେଘ ଓ ଜାଜ୍ୱଲ୍ୟମାନ ଅଗ୍ନି ଆସିଲା, ଆଉ ତାହାର ଚତୁର୍ଦ୍ଦିଗରେ ତେଜ ଓ ତହିଁରେ ମଧ୍ୟସ୍ଥାନରେ ଅଗ୍ନିର ମଧ୍ୟବର୍ତ୍ତୀ ଉତ୍ତପ୍ତ ଧାତୁର ନ୍ୟାୟ ପ୍ରଭା ଥିଲା।