ଯିହିଜିକଲ 1

ଆଉ, ସେମାନେ ଗମନ କରିବା ବେଳେ ମୁଁ ସେମାନଙ୍କ ପକ୍ଷୀର ଶବ୍ଦ ଶୁଣିଲି, ତାହା ମହା ଜଳରାଶିର କଲ୍ଲୋଳ ତୁଲ୍ୟ, ସର୍ବଶକ୍ତିମାନଙ୍କର ରବ ତୁଲ୍ୟ, ସୈନ୍ୟଦଳର ଶବ୍ଦ ତୁଲ୍ୟ କୋଳାହଳ ଶବ୍ଦ; ସେମାନେ ଠିଆ ହେବା ବେଳେ ଆପଣା ଆପଣା ପକ୍ଷ ସଙ୍କୋଚ କଲେ।

Ezekiel 1:24 (UKJV) And when they went, I heard the noise of their wings, like the noise of great waters, as the voice of the Almighty, the voice of speech, as the noise of an host: when they stood, they let down their wings.

22ପୁଣି, ସେହି ଜୀବିତ ପ୍ରାଣୀର ମସ୍ତକ ଉପରେ ଶୂନ୍ୟର ଏକ ଆକୃତି ଥିଲା, ତାହା ଭୟଙ୍କର ସ୍ପଟିକ ତୁଲ୍ୟ ଆଭାବିଶିଷ୍ଟ ହୋଇ ସେମାନଙ୍କ ମସ୍ତକର ଊର୍ଦ୍ଧ୍ୱରେ ବିସ୍ତାରିତ ଥିଲା।

23ଆଉ, ସେହି ଶୂନ୍ୟର ତଳେ ସେମାନଙ୍କର ପକ୍ଷସବୁ ପରସ୍ପର ପ୍ରତି ପ୍ରସାରିତ ହୋଇ ସମାନ ଥିଲା; ପ୍ରତ୍ୟେକର ଶରୀର ଆଚ୍ଛାଦନ କରିବା ପାଇଁ ଏପାଖରେ ଦୁଇ ଓ ପ୍ରତ୍ୟେକର ଗାତ୍ର ଆଚ୍ଛାଦନ କରିବା ପାଇଁ ସେପାଖରେ ଦୁଇ ପକ୍ଷ ଥିଲା।

24ଆଉ, ସେମାନେ ଗମନ କରିବା ବେଳେ ମୁଁ ସେମାନଙ୍କ ପକ୍ଷୀର ଶବ୍ଦ ଶୁଣିଲି, ତାହା ମହା ଜଳରାଶିର କଲ୍ଲୋଳ ତୁଲ୍ୟ, ସର୍ବଶକ୍ତିମାନଙ୍କର ରବ ତୁଲ୍ୟ, ସୈନ୍ୟଦଳର ଶବ୍ଦ ତୁଲ୍ୟ କୋଳାହଳ ଶବ୍ଦ; ସେମାନେ ଠିଆ ହେବା ବେଳେ ଆପଣା ଆପଣା ପକ୍ଷ ସଙ୍କୋଚ କଲେ।

25ପୁଣି, ସେମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ୟର ଉପରେ ଏକ ରବ ହେଲା; ସେମାନେ ଠିଆ ହେବା ବେଳେ ଆପଣା ଆପଣା ପକ୍ଷ ସଙ୍କୋଚ କଲେ।

26ପୁଣି, ସେମାନଙ୍କ ମସ୍ତକର ଉପରିସ୍ଥ ଶୂନ୍ୟର ଊର୍ଦ୍ଧ୍ୱରେ ନୀଳକାନ୍ତମଣି ସଦୃଶ ଏକ ସିଂହାସନର ଆକୃତି ଥିଲା; ଆଉ, ସେହି ସିଂହାସନର ଆକୃତି ଉପରେ ମନୁଷ୍ୟ ସଦୃଶ୍ୟ ଏକ ଆକୃତି ତହିଁର ଊର୍ଦ୍ଧ୍ୱ ଭାଗରେ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.