24ଆଉ, ସେମାନେ ଗମନ କରିବା ବେଳେ ମୁଁ ସେମାନଙ୍କ ପକ୍ଷୀର ଶବ୍ଦ ଶୁଣିଲି, ତାହା ମହା ଜଳରାଶିର କଲ୍ଲୋଳ ତୁଲ୍ୟ, ସର୍ବଶକ୍ତିମାନଙ୍କର ରବ ତୁଲ୍ୟ, ସୈନ୍ୟଦଳର ଶବ୍ଦ ତୁଲ୍ୟ କୋଳାହଳ ଶବ୍ଦ; ସେମାନେ ଠିଆ ହେବା ବେଳେ ଆପଣା ଆପଣା ପକ୍ଷ ସଙ୍କୋଚ କଲେ।
25ପୁଣି, ସେମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ୟର ଉପରେ ଏକ ରବ ହେଲା; ସେମାନେ ଠିଆ ହେବା ବେଳେ ଆପଣା ଆପଣା ପକ୍ଷ ସଙ୍କୋଚ କଲେ।
26ପୁଣି, ସେମାନଙ୍କ ମସ୍ତକର ଉପରିସ୍ଥ ଶୂନ୍ୟର ଊର୍ଦ୍ଧ୍ୱରେ ନୀଳକାନ୍ତମଣି ସଦୃଶ ଏକ ସିଂହାସନର ଆକୃତି ଥିଲା; ଆଉ, ସେହି ସିଂହାସନର ଆକୃତି ଉପରେ ମନୁଷ୍ୟ ସଦୃଶ୍ୟ ଏକ ଆକୃତି ତହିଁର ଊର୍ଦ୍ଧ୍ୱ ଭାଗରେ ଥିଲା।
27ଆଉ, ମୁଁ ତାହାଙ୍କ କଟିଦେଶର ଆକୃତି ଓ ତହିଁର ଊର୍ଦ୍ଧ୍ୱରୁ, ତହିଁର ଭିତରେ ଓ ଚତୁର୍ଦ୍ଦିଗରେ ଅଗ୍ନି ସଦୃଶ ଉତ୍ତପ୍ତ ଧାତୁର ଆଭା ତୁଲ୍ୟ ଆଭା ଦେଖିଲି ଓ ତାହାଙ୍କ କଟିଦେଶର ଆକୃତିଠାରୁ ତଳ ପର୍ଯ୍ୟନ୍ତ ଅଗ୍ନି ସଦୃଶ ଆଭା ଦେଖିଲି ଓ ତାହାଙ୍କ ଚତୁର୍ଦ୍ଦିଗରେ ତେଜ ଥିଲା।
28ବୃଷ୍ଟି ଦିନରେ ମେଘରେ ଧନୁର ଯେପରି ଆଭା, ସେହିପରି ସେହି ଚତୁର୍ଦ୍ଦିଗସ୍ଥ ତେଜ ଥିଲା। ଏହା ସଦାପ୍ରଭୁଙ୍କ ପ୍ରତାପର ମୂର୍ତ୍ତିର ଆଭା। ପୁଣି, ମୁଁ ତାହା ଦେଖି ମୁହଁ ମାଡ଼ି ପଡ଼ିଲି, ତହିଁରେ ମୁଁ ବାକ୍ୟବାଦୀ ଏକ ବ୍ୟକ୍ତିଙ୍କର ରବ ଶୁଣିଲି।