11ଗମନ କରିବା ବେଳେ ସେମାନେ ଆପଣାମାନଙ୍କର ଚାରି ପାର୍ଶ୍ୱରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ, ମାତ୍ର ମସ୍ତକର ସମ୍ମୁଖ ସ୍ଥାନକୁ ତାହାର ପଶ୍ଚାତରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ।
12ପୁଣି, ସେମାନଙ୍କର ସମୁଦାୟ ଶରୀର, ସେମାନଙ୍କର ପୃଷ୍ଠ, ହସ୍ତ ଓ ପକ୍ଷ, ଆଉ ଚକ୍ରସବୁ, ଅର୍ଥାତ୍, ସେହି ଚାରି ଚକ୍ର ଚାରିଆଡ଼େ ଚକ୍ଷୁରେ ପୂର୍ଣ୍ଣ ଥିଲା।
13ଆଉ, ମୋʼ କର୍ଣ୍ଣଗୋଚରରେ ସେହି ଚକ୍ରମାନଙ୍କୁ ଘୂର୍ଣ୍ଣାୟମାନ ଚକ୍ର ବୋଲି କୁହାଗଲା।
14ପୁଣି, ପ୍ରତ୍ୟେକର ଚାରି ମୁଖ ଥିଲା; ପ୍ରଥମ ମୁଖ କିରୂବର ମୁଖ, ଦ୍ୱିତୀୟର ମୁଖ ମନୁଷ୍ୟର ମୁଖ, ତୃତୀୟ ସିଂହର ମୁଖ ଓ ଚତୁର୍ଥ ଉତ୍କ୍ରୋଶ ପକ୍ଷୀର ମୁଖ।
15ଆଉ, କିରୂବଗଣ ଊର୍ଦ୍ଧ୍ୱକୁ ଉଠିଲେ। ମୁଁ କବାର ନଦୀ ତୀରରେ ଯେଉଁ ଜୀବିତ ପ୍ରାଣୀକୁ ଦେଖିଥିଲି, ସେ ଏହି।