14ପୁଣି, ପ୍ରତ୍ୟେକର ଚାରି ମୁଖ ଥିଲା; ପ୍ରଥମ ମୁଖ କିରୂବର ମୁଖ, ଦ୍ୱିତୀୟର ମୁଖ ମନୁଷ୍ୟର ମୁଖ, ତୃତୀୟ ସିଂହର ମୁଖ ଓ ଚତୁର୍ଥ ଉତ୍କ୍ରୋଶ ପକ୍ଷୀର ମୁଖ।
15ଆଉ, କିରୂବଗଣ ଊର୍ଦ୍ଧ୍ୱକୁ ଉଠିଲେ। ମୁଁ କବାର ନଦୀ ତୀରରେ ଯେଉଁ ଜୀବିତ ପ୍ରାଣୀକୁ ଦେଖିଥିଲି, ସେ ଏହି।
16କିରୂବମାନେ ଗମନ କରିବା ବେଳେ ଚକ୍ରସବୁ ସେମାନଙ୍କର ପାର୍ଶ୍ୱରେ ଗମନ କଲେ: ପୁଣି, କିରୂବମାନେ ଭୂମିରୁ ଊର୍ଦ୍ଧ୍ୱକୁ ଯିବା ପାଇଁ ଯେତେବେଳେ ଆପଣା ଆପଣା ପକ୍ଷ ଉଠାଇଲେ, ସେତେବେଳେ ଚକ୍ରସବୁ ହିଁ ସେମାନଙ୍କ ପାର୍ଶ୍ୱ ଛାଡ଼ିଲେ ନାହିଁ।
17ସେମାନେ ଠିଆ ହେବା ବେଳେ ଏମାନେ ଠିଆ ହେଲେ; ପୁଣି, ସେମାନେ ଉପରକୁ ଉଠିବା ବେଳେ ଏମାନେ ସେମାନଙ୍କର ସଙ୍ଗେ ସଙ୍ଗେ ଉପରକୁ ଉଠିଲେ; କାରଣ ସେହି ଜୀବିତ ପ୍ରାଣୀର ଆତ୍ମା ସେହି ଚକ୍ରସବୁରେ ଥିଲା।
18ଏଥିଉତ୍ତାରେ ସଦାପ୍ରଭୁଙ୍କ ପ୍ରତାପ ଗୃହର ଏରୁଣ୍ଡିର ଊର୍ଦ୍ଧ୍ୱରୁ ପ୍ରସ୍ଥାନ କରି କିରୂବମାନଙ୍କ ଉପରେ ଅଧିଷ୍ଠାନ କଲା।