ଯିହିଜିକଲ 10

ପୁଣି, ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ କହିଲେ, “ତୁମ୍ଭେ ସେହି ଘୂର୍ଣ୍ଣାୟମାନ ଚକ୍ରମାନର ମଧ୍ୟସ୍ଥାନକୁ, ଅର୍ଥାତ୍‍, କିରୂବର ତଳକୁ ଯାଇ, କିରୂବମାନର ମଧ୍ୟସ୍ଥାନରୁ ଏକ ଅଞ୍ଜଳିପୂର୍ଣ୍ଣ ଜ୍ୱଳନ୍ତ ଅଙ୍ଗାର ନେଇ ନଗର ଉପରେ ବିଞ୍ଚି ଦିଅ।” ତହିଁରେ ସେ ବ୍ୟକ୍ତି ମୋʼ ସାକ୍ଷାତରେ ଗଲେ।

Ezekiel 10:2 (UKJV) And he spoke unto the man clothed with linen, and said, Go in between the wheels, even under the cherub, and fill yours hand with coals of fire from between the cherubims, and scatter them over the city. And he went in in my sight.

1ସେତେବେଳେ ମୁଁ ଅନାଇଲି, ଆଉ ଦେଖ, କିରୂବମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ୟମଣ୍ଡଳରେ ନୀଳକାନ୍ତମଣି ସଦୃଶ ଏକ ସିଂହାସନର ତୁଲ୍ୟ ଆକୃତି ସେମାନଙ୍କ ଉପରେ ଦେଖାଗଲା।

2ପୁଣି, ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ କହିଲେ, “ତୁମ୍ଭେ ସେହି ଘୂର୍ଣ୍ଣାୟମାନ ଚକ୍ରମାନର ମଧ୍ୟସ୍ଥାନକୁ, ଅର୍ଥାତ୍‍, କିରୂବର ତଳକୁ ଯାଇ, କିରୂବମାନର ମଧ୍ୟସ୍ଥାନରୁ ଏକ ଅଞ୍ଜଳିପୂର୍ଣ୍ଣ ଜ୍ୱଳନ୍ତ ଅଙ୍ଗାର ନେଇ ନଗର ଉପରେ ବିଞ୍ଚି ଦିଅ।” ତହିଁରେ ସେ ବ୍ୟକ୍ତି ମୋʼ ସାକ୍ଷାତରେ ଗଲେ।

3ସେହି ପୁରୁଷ ଯିବା ସମୟରେ କିରୂବମାନେ ଗୃହର ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିଲେ ଓ ମେଘ ଭିତର ପ୍ରାଙ୍ଗଣକୁ ପରିପୂର୍ଣ୍ଣ କଲା।

4ପୁଣି, ସଦାପ୍ରଭୁଙ୍କର ପ୍ରତାପ କିରୂବର ଉପରରୁ ଉଠି ଗୃହର ଏରୁଣ୍ଡିର ଉପରେ ଠିଆ ହେଲା; ତହିଁରେ ଗୃହ ମେଘରେ ପରିପୂର୍ଣ୍ଣ ହେଲା ଓ ପ୍ରାଙ୍ଗଣ ସଦାପ୍ରଭୁଙ୍କ ପ୍ରତାପର ତେଜରେ ପରିପୂର୍ଣ୍ଣ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.