19ତହିଁରେ କିରୂବମାନେ ଆପଣା ଆପଣା ପକ୍ଷ ଉଠାଇଲେ, ଆଉ ମୋʼ ସାକ୍ଷାତରେ ଭୂମିରୁ ଊର୍ଦ୍ଧ୍ୱକୁ ଗମନ କଲା ବେଳେ ଚକ୍ରସବୁ ସେମାନଙ୍କ ପାର୍ଶ୍ୱରେ ଗମନ କଲେ; ପୁଣି, ସଦାପ୍ରଭୁଙ୍କ ଗୃହର ପୂର୍ବ-ଦ୍ୱାରର ପ୍ରବେଶ ସ୍ଥାନରେ ସେମାନେ ଠିଆ ହେଲେ; ସେହି ସମୟରେ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ସେମାନଙ୍କ ଉପରେ ବିଦ୍ୟମାନ ଥିଲା।
20ମୁଁ କବାର ନଦୀ ନିକଟରେ ଇସ୍ରାଏଲର ପରମେଶ୍ୱରଙ୍କର ବାହନ ଏହି ଜୀବିତ ପ୍ରାଣୀକୁ ଦେଖିଥିଲି; ଆଉ, ସେମାନେ କିରୂବ ବୋଲି ମୁଁ ଜାଣିଲି।
21ସେମାନଙ୍କର ପ୍ରତ୍ୟେକର ଚାରି ଚାରି ମୁଖ ଓ ଚାରି ଚାରି ପକ୍ଷ ଥିଲା; ଆଉ, ସେମାନଙ୍କ ପକ୍ଷ ତଳେ ମାନବ ହସ୍ତର ଆକୃତି ଥିଲା।
22ପୁଣି, ମୁଁ କବାର ନଦୀ ନିକଟରେ ଯେଉଁ ଯେଉଁ ମୁଖ ଦେଖିଥିଲି, ସେମାନଙ୍କର ଓ ଏମାନଙ୍କର ମୁଖର ଆକୃତି ଏକ, ସେମାନଙ୍କର ଆକୃତି ଓ ସେମାନେ ଏକ ଅଟନ୍ତି; ସେମାନେ ପ୍ରତ୍ୟେକେ ସମ୍ମୁଖ ଆଡ଼େ ଗମନ କଲେ।